କେନାଲରେ ଭାସି ଯାଉଥିଲା ଅଜଣା ଯୁବକଙ୍କ ମୃତଦେହ, ମୁହଁରେ ରହିଛି…

ନିଶ୍ଚିନ୍ତକୋଇଲି,୧୨ା୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ୮ନମ୍ବର କେନାଲରେ  ଅଜଣା ଯୁବକଙ୍କ ମୃତଦେହ ଭାସି ଯାଉଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ନିକଟରୁ ମୃତଦେହ ଉଦ୍ଧାର କରିଥିଲେ। ନିଶ୍ଚିନ୍ତକୋଇଲି ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ମେଡିକାଲ ପଠାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ମୃତଦେହ ଚିହ୍ନଟ ହୋଇପାରିନାହିଁ। ତେବେ ମୃତକଙ୍କ ମୁହଁରେ କ୍ଷତ ରହିଥିବା ଦେଖିବାକୁ ମିଳିଛି। ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri