କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ

ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ ଓ ଚପଲ ପଡ଼ିଥିବାର ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ସେହି ଗାଁର ଶୀତଲ ସାହୁ ବୋଲି ଜଣାପଡ଼ିଛି।

ତେବେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।