ବିଦ୍ୟୁତ ଖୁଣ୍ଟରେ ଝୁଲୁଛି ଯୁବକଙ୍କ ମୃତଦେହ

ଖୋର୍ଦ୍ଧା ଅଫିସ,୨।୧: ବିଦ୍ୟୁତ ଖୁଣ୍ଟିରେ ଝୁଲୁଛି ଯୁବକଙ୍କ ମୃତଦେହ। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଜଂକିଆ ଥାନା ଅନ୍ତର୍ଗତ ଛଣଗିରି ଗ୍ରାମରେ। ସେଇ ଗ୍ରାମର ଯାତ୍ରା ପଡିଆରେ ଥିବା ୧୧କେଭି ବିଦ୍ୟୁତ ତାର ଲାଗି ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକର ନାମ ସେକ କୁନା। ତାଙ୍କ ଘର ଛଣଗିରି ଗ୍ରାମରେ ବୋଲି ଜଣାପଡିଛି। ସେକ କୁନାଙ୍କ ନାଁରେ ପୂର୍ବରୁ ବିଭିନ୍ନ ଚୋରି, ଡକାୟତି, କାରବାର ଆଦି ଅପରାଧିକ ଘଟରାରେ ଥାନାରେ ଅଭିଯୋଗ ରହିଛି।
ସେକ କୁନା ବିଦ୍ୟୁତ ତାର ଚୋରି ଉଦ୍ଦେଶ୍ୟରେ ୧୧ କେଭି ଖୁଣ୍ଟରେ ଚଢି ଚୋରି କରୁଥିବାବେଳେ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଅଞ୍ଚଳରେ କୁହାଯାଉଛି। ଖବର ପାଇ ଘଟଣାସ୍ଥଳକୁ ବିଦ୍ୟୁତ ବିଭାଗ କର୍ମଚାରୀ ଏବଂ ପୋଲିସ ଟିମ ପହଞ୍ଚି ତଦନ୍ତ କରୁଛନ୍ତି। ତେବେ ଚୋରି ଉଦ୍ଦେଶ୍ୟରେ କି ଅନ୍ୟ କେଉଁ କାରଣ ପାଇଁ ସେ ଚଢିଥିଲେ ତାର ତଦନ୍ତ ପୋଲିସ ଚକାଇଛି। ଯଦି ଚୋରି ଉଦ୍ଦେଶ୍ୟରେ ଏହା ଘଟିଥାଏ, ତେବେ ତାଙ୍କ ସହ ଅନ୍ୟ କିଏ କିଏ ଥିଲେ ତାହା ତଦନ୍ତ ସାପେକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri