ପାଇଖାନା ଘରୁ ଯୁବକଙ୍କ ମୃତଦେହ ଜବତ: ମହିଳାଙ୍କୁ ଥାନାକୁ ନେଲା ପୋଲିସ

ଖଲ୍ଲିକୋଟ,୭ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ କରଣ ସାହିରେ ମଙ୍ଗଳବାର ପାଇଖାନା ଘରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଖଲ୍ଲିକୋଟ ଖୋଲ ସାହିର ଗଙ୍ଗାଧର ପ୍ରଧାନଙ୍କ ପୁଅ ମିଲୁ (୨୪)। ହତ୍ୟା ସନ୍ଦେହରେ ପୋଲିସ ଜଣେ ମହିଳାଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି।
ମିଲୁ ଜଣେ ମହିଳାଙ୍କ ଘରକୁ ଯିବା ଆସିବା କରନ୍ତି। ମଙ୍ଗଳବାର ସେହି ମହିଳାଙ୍କ ଘରର ପଡିଶା ଘର ପାଇଖାନା ଘରୁ ମିଲୁଙ୍କ ମୃତଦେହ ମିଳିଥିଲା। ପାଇଖାନା ଘରରେ ଏକ ଲୁଗା ବନ୍ଧା ଯାଇ ତଳକୁ ଓହଳି ରହିଥିବା ବେଳେ ମିଲୁଙ୍କ ମୃତଦେହ ତଳେ ବସିଥିବା ଅବସ୍ଥାରେ ରହିଛି। ପାଖରେ କିଛି ରକ୍ତ ମଧ୍ୟ ପଡିଥିବା ଦେଖିବାକୁ ମିଳିଛି। ପାରିପାଶର୍‌ବିକ ସ୍ଥିତିରୁ ମିଲୁଙ୍କୁ ହତ୍ୟା କରାଯାଇଥିବା ସନ୍ଦେହକରି ପରିବାର ଲୋକେ ସ୍ଥାନୀୟ ଥାନାରେ ଏତଲା ଦେଇଥିଲେ। ଫରେନସିକ୍‌ ଟିମ ପହଞ୍ଚି ଘଟଣାସ୍ଥଳ ଯାଞ୍ଚ କରି ଫେରିବା ପରେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠେଇଥିଲା। ସମ୍ପୃକ୍ତ ମହିଳାଙ୍କୁ ପୋଲିସ ଥାନାକୁ ନେଇ ପଚରାଉଚରା କରୁଛି। ତେବେ ସମ୍ପୃକ୍ତ ମହିଳାଙ୍କୁ ଥାନାକୁ ନେବା ବେଳେ ସେଠାରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ମୃତ ଯୁବକଙ୍କ ସମ୍ପର୍କୀୟ ଲୋକେ ମହିଳାଙ୍କୁ ଆକ୍ରମଣ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ଆଇଆଇସି ଜଗନ୍ନାଥ ମଲ୍ଲିକ କୌଶଳ କ୍ରମେ ପୋଲିସ ଗାଡ଼ିରେ ବସାଇ ମହିଳାଙ୍କୁ ଥାନାକୁ ନେବାରେ ସଫଳ ହୋଇଥିଲେ। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ଉପଯୁକ୍ତ ତଦନ୍ତ କରି ନ୍ୟାୟ ପ୍ରଦାନ ନ କଲେ ତେବେ ଖଲ୍ଲିକୋଟ ଥାନା ସମ୍ମୁଖରେ ଆତ୍ମାହୁତି ଦେବେ ବୋଲି ମୃତ ମିଲୁଙ୍କ ମା’ ଓ ଭଉଣୀ ଚେତାବନୀ ଦେଇଛନ୍ତି। ଏ ଏ ନେଇ ଖଲ୍ଲିକୋଟ ଥାନରେ ନଂ. ୪/୨୩ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri