ପାଇଖାନା ଘରୁ ଯୁବକଙ୍କ ମୃତଦେହ ଜବତ: ମହିଳାଙ୍କୁ ଥାନାକୁ ନେଲା ପୋଲିସ

ଖଲ୍ଲିକୋଟ,୭ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ କରଣ ସାହିରେ ମଙ୍ଗଳବାର ପାଇଖାନା ଘରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଖଲ୍ଲିକୋଟ ଖୋଲ ସାହିର ଗଙ୍ଗାଧର ପ୍ରଧାନଙ୍କ ପୁଅ ମିଲୁ (୨୪)। ହତ୍ୟା ସନ୍ଦେହରେ ପୋଲିସ ଜଣେ ମହିଳାଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି।
ମିଲୁ ଜଣେ ମହିଳାଙ୍କ ଘରକୁ ଯିବା ଆସିବା କରନ୍ତି। ମଙ୍ଗଳବାର ସେହି ମହିଳାଙ୍କ ଘରର ପଡିଶା ଘର ପାଇଖାନା ଘରୁ ମିଲୁଙ୍କ ମୃତଦେହ ମିଳିଥିଲା। ପାଇଖାନା ଘରରେ ଏକ ଲୁଗା ବନ୍ଧା ଯାଇ ତଳକୁ ଓହଳି ରହିଥିବା ବେଳେ ମିଲୁଙ୍କ ମୃତଦେହ ତଳେ ବସିଥିବା ଅବସ୍ଥାରେ ରହିଛି। ପାଖରେ କିଛି ରକ୍ତ ମଧ୍ୟ ପଡିଥିବା ଦେଖିବାକୁ ମିଳିଛି। ପାରିପାଶର୍‌ବିକ ସ୍ଥିତିରୁ ମିଲୁଙ୍କୁ ହତ୍ୟା କରାଯାଇଥିବା ସନ୍ଦେହକରି ପରିବାର ଲୋକେ ସ୍ଥାନୀୟ ଥାନାରେ ଏତଲା ଦେଇଥିଲେ। ଫରେନସିକ୍‌ ଟିମ ପହଞ୍ଚି ଘଟଣାସ୍ଥଳ ଯାଞ୍ଚ କରି ଫେରିବା ପରେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠେଇଥିଲା। ସମ୍ପୃକ୍ତ ମହିଳାଙ୍କୁ ପୋଲିସ ଥାନାକୁ ନେଇ ପଚରାଉଚରା କରୁଛି। ତେବେ ସମ୍ପୃକ୍ତ ମହିଳାଙ୍କୁ ଥାନାକୁ ନେବା ବେଳେ ସେଠାରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ମୃତ ଯୁବକଙ୍କ ସମ୍ପର୍କୀୟ ଲୋକେ ମହିଳାଙ୍କୁ ଆକ୍ରମଣ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ଆଇଆଇସି ଜଗନ୍ନାଥ ମଲ୍ଲିକ କୌଶଳ କ୍ରମେ ପୋଲିସ ଗାଡ଼ିରେ ବସାଇ ମହିଳାଙ୍କୁ ଥାନାକୁ ନେବାରେ ସଫଳ ହୋଇଥିଲେ। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ଉପଯୁକ୍ତ ତଦନ୍ତ କରି ନ୍ୟାୟ ପ୍ରଦାନ ନ କଲେ ତେବେ ଖଲ୍ଲିକୋଟ ଥାନା ସମ୍ମୁଖରେ ଆତ୍ମାହୁତି ଦେବେ ବୋଲି ମୃତ ମିଲୁଙ୍କ ମା’ ଓ ଭଉଣୀ ଚେତାବନୀ ଦେଇଛନ୍ତି। ଏ ଏ ନେଇ ଖଲ୍ଲିକୋଟ ଥାନରେ ନଂ. ୪/୨୩ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri