ଘର ଭିତରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମିଳିଲା ପୂଜକଙ୍କ ମୃତଦେହ

କୋରାପୁଟ,୮ା୧୧(ଅମିତାଭ ବେହେରା): କୋରାପୁଟ ସହରର ଏକ ଘର ଭିତରୁ ଜଣେ ମନ୍ଦିର ପୂଜକଙ୍କ ହାତଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଜବତ ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। କୋରାପୁଟ ସହରରଟାଉନ ଥାନା ଅଧୀନ ବାଟମଙ୍ଗଳା ଛକନିକଟସ୍ଥ ବୁଢ଼ୀ ଠାକୁରାଣୀ ମନ୍ଦିର ପଛପଟେ ଥିବା ଏକ ଘର ଭିତରୁ ମୃତଦେହ ଉଦ୍ଧାର କରିଛି କୋରାପୁଟ ପୋଲିସ। ତେବେ ଘରର ଆସବାବପତ୍ର ଏଣେତେଣେ ପଡ଼ିଥିବାରୁ
ଏହା ଏକ ହତ୍ୟାକାଣ୍ଡ ହୋଇପାରେ ବୋଲି ପୋଲିସ ସନ୍ଦେହ କରୁଥିବା ଅତିରିକ୍ତ ଏସ୍‌.ପି ବଳଭଦ୍ର ଦୀପ ସୂଚନା ଦେଇଛନ୍ତି।କୌଣସି ସୂତ୍ରରୁ ଖବର ପାଇ ଘଟଣାସ୍ଥଳକୁ ଡିଏସ୍‌ପି ସୁମିତ୍ରା ଜେନା, ଅତିରିକ୍ତ ଏସ୍‌ପି ବାଲଭଦ୍ର ଦୀପଙ୍କ ସହ କୋରାପୁଟ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଥିବା ବେଳେ ସନ୍ଦେହରେ ଅନେକଙ୍କୁ ପଚରାଉଚରା କରୁଛନ୍ତି। ହତ୍ୟା ପଛର କାରଣ କ’ଣ ହୋଇପାରେ, କିଏ ଓ କାହିଁକି ଏପରି ନିର୍ମମ ହତ୍ୟା କରିଛି ତାହା ସାଇଣ୍ଟିଫିକ୍‌ ଟିମ୍‌ର ସହାୟତାରେ ତଦନ୍ତ କରାଯିବ ବୋଲି ପୋଲିସ ସୂଚନା ଦେଇଛି।

ସୂଚନାନୁଯାୟୀ, ବାଟମଙ୍ଗଳା ଛକ ନିକଟସୁ ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ଚନ୍ଦ୍ର ତ୍ରିପାଠୀଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି। ତାଙ୍କର ହାତ ଓ ଗୋଡ଼କୁବନ୍ଧା ଯାଇଥିବା ବେଳେ ଅର୍ଦ୍ଧ ଲଗ୍ନ ଭାବେ ସେ ପଡ଼ି ରହିଥିଲେ। ଏହାସହ ଘରର ସାମଗ୍ରୀ ଏଣେତେଣେ ବିଛାଡ଼ି ହୋଇ ପଡ଼ିରହିଛି। ଏଣୁ ତାଙ୍କୁ କେହି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରିଛି। ଘଟଣାସ୍ଥଳରେ ଡିଏସ୍‌ପି ସୁମିତ୍ରା, ଶ୍ରାବଣୀ ନାୟକ ଏବଂ ଟାଉନ ଓ ସଦର ଥାନା ଅଧିକାରୀ ଉପସ୍ଥିତ ରହି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରୁଛନ୍ତି। ମୃତ ତ୍ରିପାଠୀଙ୍କ କେହି ସମ୍ପର୍କୀୟ ଏଠାରେ ନ ଥିବାରୁ ପୋଲିସ ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରିପାରି ନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri