ଘର ଭିତରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମିଳିଲା ପୂଜକଙ୍କ ମୃତଦେହ

କୋରାପୁଟ,୮ା୧୧(ଅମିତାଭ ବେହେରା): କୋରାପୁଟ ସହରର ଏକ ଘର ଭିତରୁ ଜଣେ ମନ୍ଦିର ପୂଜକଙ୍କ ହାତଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଜବତ ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। କୋରାପୁଟ ସହରରଟାଉନ ଥାନା ଅଧୀନ ବାଟମଙ୍ଗଳା ଛକନିକଟସ୍ଥ ବୁଢ଼ୀ ଠାକୁରାଣୀ ମନ୍ଦିର ପଛପଟେ ଥିବା ଏକ ଘର ଭିତରୁ ମୃତଦେହ ଉଦ୍ଧାର କରିଛି କୋରାପୁଟ ପୋଲିସ। ତେବେ ଘରର ଆସବାବପତ୍ର ଏଣେତେଣେ ପଡ଼ିଥିବାରୁ
ଏହା ଏକ ହତ୍ୟାକାଣ୍ଡ ହୋଇପାରେ ବୋଲି ପୋଲିସ ସନ୍ଦେହ କରୁଥିବା ଅତିରିକ୍ତ ଏସ୍‌.ପି ବଳଭଦ୍ର ଦୀପ ସୂଚନା ଦେଇଛନ୍ତି।କୌଣସି ସୂତ୍ରରୁ ଖବର ପାଇ ଘଟଣାସ୍ଥଳକୁ ଡିଏସ୍‌ପି ସୁମିତ୍ରା ଜେନା, ଅତିରିକ୍ତ ଏସ୍‌ପି ବାଲଭଦ୍ର ଦୀପଙ୍କ ସହ କୋରାପୁଟ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଥିବା ବେଳେ ସନ୍ଦେହରେ ଅନେକଙ୍କୁ ପଚରାଉଚରା କରୁଛନ୍ତି। ହତ୍ୟା ପଛର କାରଣ କ’ଣ ହୋଇପାରେ, କିଏ ଓ କାହିଁକି ଏପରି ନିର୍ମମ ହତ୍ୟା କରିଛି ତାହା ସାଇଣ୍ଟିଫିକ୍‌ ଟିମ୍‌ର ସହାୟତାରେ ତଦନ୍ତ କରାଯିବ ବୋଲି ପୋଲିସ ସୂଚନା ଦେଇଛି।

ସୂଚନାନୁଯାୟୀ, ବାଟମଙ୍ଗଳା ଛକ ନିକଟସୁ ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ଚନ୍ଦ୍ର ତ୍ରିପାଠୀଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି। ତାଙ୍କର ହାତ ଓ ଗୋଡ଼କୁବନ୍ଧା ଯାଇଥିବା ବେଳେ ଅର୍ଦ୍ଧ ଲଗ୍ନ ଭାବେ ସେ ପଡ଼ି ରହିଥିଲେ। ଏହାସହ ଘରର ସାମଗ୍ରୀ ଏଣେତେଣେ ବିଛାଡ଼ି ହୋଇ ପଡ଼ିରହିଛି। ଏଣୁ ତାଙ୍କୁ କେହି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରିଛି। ଘଟଣାସ୍ଥଳରେ ଡିଏସ୍‌ପି ସୁମିତ୍ରା, ଶ୍ରାବଣୀ ନାୟକ ଏବଂ ଟାଉନ ଓ ସଦର ଥାନା ଅଧିକାରୀ ଉପସ୍ଥିତ ରହି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରୁଛନ୍ତି। ମୃତ ତ୍ରିପାଠୀଙ୍କ କେହି ସମ୍ପର୍କୀୟ ଏଠାରେ ନ ଥିବାରୁ ପୋଲିସ ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରିପାରି ନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri