ଜଙ୍ଗଲରୁ ମୃତ ଶରୀର ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ସୋରଡା, ୨୧ା୧ (ରଜନୀ ମହାପାତ୍ର): ସୋରଡା ବଡଗଡ ଥାନା ଇଲାକାରେ ପୁଣି ଠାରେ ଏକ ହତ୍ୟା ଘଟଣା ସାମ୍ନାକୁ ଆସିଛି। ବଡଗଡ ଥାନା ଅନ୍ତରଗତ ଓରା ଗ୍ରାମା ନିକଟରେ ମଇଁଷିଆଟାପ ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ଶରୀର ମୃତଦେହ ଉଦ୍ଧାର ହୋଇଛି।

ତେବେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତକ ଜଣକ ହେଉଛନ୍ତି ଲେମ୍ଭାକୁମ୍ପା ଗ୍ରାମର କାର୍ତ୍ତିକ ସ୍ଵାଇଁ ବୟସ ପ୍ରାୟ ୫୫। କାର୍ତିକ ମଙ୍ଗଳବାର ସକାଳୁ ଜାଳେଣୀ କଥା ଆଣିବାକୁ ଯାଇ ଆଉ ଘରକୁ ଫେରି ନଥିଲେ। ଘରକୁ ବହୁ ସମୟ ଧରି ଆସିନଥିବାରୁ ପରିବାର ଲୋକେ ଖୋଜା ଖୋଜି ଆରମ୍ଭ କରିଥିଲେ। ଓରା ଗ୍ରାମ ନିକଟ ମଇଁଷିଆଟାପ ଜଙ୍ଗଲରୁ କାର୍ତ୍ତିକଙ୍କ ମରୁତ ଶରୀର ପଡିଥିବା ଦେଖିବାକୁ ପାଇଥିଲେ।

କାର୍ତ୍ତିକଙ୍କ ଶରୀରରେ ବହୁ ସ୍ଥାନରେ କ୍ଷତବିକ୍ଷତ ଚିହ୍ନ ଥିବା ଦେଖି ବଡଗଡ ଥାନାକୁ ଜଣାଇଥିଲେ। ବଡଗଡ ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ମୃତ କାର୍ତ୍ତିକଙ୍କ ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ରାଇବନ୍ଧ ଡମ୍ବୁରୁ ସ୍ଵାଇଁଙ୍କ ହତ୍ୟାର ୪୮ ଘଣ୍ଟା ନ ପୂରିବା ପୂର୍ବରୁ ଏବଂ ଅପରାଧୀ ମାନେ ଧରା ପଡିବାର ୨୪ ଘଣ୍ଟା ଭିତରେ ବଡଗଡ ଥାନା ଅଞ୍ଚଳ ରେ ଆଉ ଗୋଟିଏ ହତ୍ୟା ଘଟଣା ସାମନାକୁ ଆସିଛି।

ତିନି ଦିନ ତଳେ ଏହି ନିକଟରେ ଥିବା କିଛି ସଉରା ଲୋକଙ୍କ ସହ କାର୍ତ୍ତିକଙ୍କ ଜମି ଜମା ପାଇଁ ପାଟିତୁଣ୍ଡ ହୋଇଥିଲା ବୋଲି ନାତି ଦିବ୍ୟ ଲୋଚନ ସ୍ଵାଇଁ କହିଛନ୍ତି। ଆଜି ଦିନ ଦୁଇଟାରେ ଆମେ ଏହି ଜଙ୍ଗଲରେ ମୃତ ଶରୀର ପଡି ଥିବାର ଦେଖିବାକୁ ପାଇଲୁ ବୋଲି ପୁତୁରା ଦିବ୍ୟ ଲୋଚନ ସ୍ଵାଇଁ କହିଛନ୍ତି। ସକାଳ ୮ ଟା ରେ ବାପା ଜଙ୍ଗଲକୁ ଆସିଥିବା ବେଳେ ଆଉ ଘରକୁ ଫେରିନଥିଲେ।

ତେବେ ଦୁଇ ତିନି ଦିନ ତଳେ ବାପାଙ୍କର କିଛି ଲୋକଙ୍କ ସହ ଜମି ଜମାକୁ ନେଇ ଝଗଡା ହୋଇଥିଲା। ଏହି ଘଟଣାକୁ ନେଇ ହତ୍ୟା କାଯାଇଥିବା ପରିବାର ବର୍ଗ ଅଭିଯୋଗ କରୁଛନ୍ତି। କାର୍ତ୍ତିକ କିଛି ଲୋକ ଘୋଷାଡ଼ି ଘୋଷାଡ଼ି ଆଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। କାର୍ତ୍ତିକଙ୍କ ଶରୀରରେ ଅନେକ ଜାଗାରେ କ୍ଷତ ବିକ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି। ବଡଗଡ ଥାନାକୁ ଖବର ଦେଲା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri