ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ଗାଁକୁ ଗଲା ମୃତଦେହ

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ବାଇକ୍‌ରେ ମୃତଦେହ ଗାଁକୁ ବୁହାହୋଇଛି। ରାଜ୍ୟ ସରକାର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଗୁଡ଼ାଏ ଯୋଜନା ନେଇ ଚାରିଆଡ଼େ ନିଜର ପ୍ରଚାର କରୁଥିଲେ ସୁଦ୍ଧା ଏବେ ମଧ୍ୟ ଲୋକେ ଅନେକ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଦିନକୁ ଦିନ କୌଣସି ନା କୌଣସି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳୁଥିବାବେଳେ ସେହିପରି ଏକ ବିକଳ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଥିରେ ଆମ୍ବୁଲାନ୍ସ କିମ୍ବା ମହାପ୍ରୟାଣ ଗାଡ଼ି ସେବା ନ ଥିବାରୁ ମୋଟରସାଇକେଲରେ ମୃତଦେହ ବୁହା ହୋଇଛି।

ସୂଚନାନୁସାରେ, କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଲ ପଞ୍ଚାୟତ ଅଧିନସ୍ଥ ପୁନିଗୁଡ଼ା ଗାଁର ନନ୍ଦ ମାଝୀଙ୍କ ଝିଅ ସନ୍ଧ୍ୟା(୧୨) କୌଣସି ରୋଗରେ ଆକ୍ରାନ୍ତ ପରେ ତାଙ୍କୁ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ମୃତ୍ୟୁ ଘଟିଥିଲା। ସେହି ମୃତଦେହକୁ ଘରକୁ ନେବା ପାଇଁ ଆମ୍ବୁଲାନ୍ସ କିମ୍ବା ମହାପ୍ରୟାଣ ଗାଡ଼ି ଖୋଜାଖୋଜି କରିବା ପରେ କୌଣସି ଗାଡ଼ି ଉପଲବ୍ଧ ନ ଥିବାରୁ ସେମାନେ ଆମ୍ବୁଲାନ୍ସ କିମ୍ବା ମହାପ୍ରୟାଣ ଗାଡ଼ି ସେବାରୁ ବଞ୍ଚିତ ହୋଇଛନ୍ତି। ଅର୍ଥାଭାବ ଯୋଗୁ ବେସରକାରୀ କୌଣସି ଯାନବାହାନ ନ ପାଇବାରୁ ଶେଷରେ ନିଜ ବାଇକ୍‌ ଯୋଗେ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ପ୍ରାୟ ୧୨ କିଲୋମିଟର ନିଜ ଝିଅର ମୃତଦେହକୁ ନେଇଥିବା ଜଣାପଡ଼ିଛି। ଏପରି ଘଟଣାକୁ ସ୍ଥାନୀୟ ବୁଦ୍ଧିଜୀବୀ ଓ ଅଞ୍ଚଳବାସୀ ଦୁଃଖ ପ୍ରକାଶ କରିବା ସହ ସ୍ବାସ୍ଥ୍ୟକେନ୍ଦ୍ରର ଏପରି କାର୍ଯ୍ୟକୁ ଦେଖି ଦୃଢ଼ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri