ଧାନତଳି ରୋଇବାକୁ ଯାଇ ଫେରିଲେନି, ଆଜି ମିଳିଲା ମୃତଦେହ

ଆରଡ଼ି,୧୪ା୮(ଡି.ଏନ୍‌.ଏ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ରଇପୁର ଗ୍ରାମରେ ନାଳରେ ପଡ଼ି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି।

ସୂଚନାନୁସାରେ ରମାକାନ୍ତ ରାଉତ (୫୦) ନାମକ ଚାଷୀ ଶନିବାର ବିଲକୁ ଧାନତଳି ରୋଇବା ପାଇଁ ଯାଇଥିଲେ। ସନ୍ଧ୍ୟା ପୂର୍ବରୁ ଘରକୁ ନ ଫେରିବାରୁ ପରିବାର ଲୋକେ ବିଲରେ ଖୋଜାଖୋଜି କରି ପାଇ ନ ଥିଲେ। ରବିବାର ସକାଳେ ଅନ୍ୟ ଜଣେ ଚାଷୀ ରମାକାନ୍ତଙ୍କୁ ନାଳରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଧୂଷୁରୀ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏ ସଂକ୍ରାନ୍ତରେ ଧୂଷୁରୀ ଥାନାରେ କେସ୍‌ ନଂ. ୨୨/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)…

ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri