ନାଳରେ ଭାସି ଯାଇଥିଲେ, ଆଜି ଉଦ୍ଧାର ହେଲା ମୃତଦେହ

କୋରୁକୋଣ୍ଡା,୧୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ଏମ୍‌ଭି-୩୧ ନିକଟ ନାଳରେ ଗତକାଲି ଭାସିଯାଇଥିବା ବ୍ୟକ୍ତିଙ୍କ ମୃତଦେହ ବୁଧବାର କୋରୁକୋଣ୍ଡା ଅଗ୍ନିଶମ ବିଭାଗ ଦ୍ୱାରା ଉଦ୍ଧାର କରାଯାଇଛି। ମାଲକାନଗିରି ଜିଲାରେ କିଛିଦିନ ହେବ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ ଜିଲାର ବହୁ ନଦୀନାଳରେ ପାଣି ବଢ଼ିବାରେ ଲାଗିଛି। କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ଅଧିନସ୍ଥ ଏମ୍‌ଭି-୩୧ଗ୍ରାମ ନିକଟ ଦେଇ ବହି ଯାଇଥିବା ନାଳରେ ମଧ୍ୟ ପାଣି ବଢ଼ିଛି। ଏଣୁ ଉକ୍ତ ନାଳକୁ ମାଛ ଧରିବା ପାଇଁ ଗତକାଲି ଜଗବନ୍ଧୁ ଗୌଡ଼ (୩୫) ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ମାତ୍ର କୌଣସି ସନ୍ଧାନ ପାଇ ନ ଥିଲେ। ପରେ ପରିବାର ଲୋକେ କୋରୁକୋଣ୍ଡା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ କୋରୁକୋଣ୍ଡା ଅଗ୍ନିଶମ ବିଭାଗ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଦେଇଥିଲେ। ହେଲେ ସେତେବେଳକୁ ରାତି ହୋଇଯାଇଥିବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା। ତେବେ ଆଜି ସକାଳେ ପୁଣିଥରେ ଅଗ୍ନିଶମ ବିଭାଗ ଆସି ଖୋଜାଖୋଜି ଆରମ୍ଭ କରିଥିଲେ। ପ୍ରାୟ ଘଣ୍ଟାଏ କାଳ ଖୋଜିବା ପରେ ଗୋବିନ୍ଦ ଏକ ବୁଦାରେ ଲାଗି ରହିଥିବା ଉଦ୍ଧାର କରିଥିଲେ ଅଗ୍ନିଶମ ବିଭାଗ କର୍ମଚାରୀ। ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଥିବା କହିଛନ୍ତି ଅଗ୍ନିଶମ ଅଧିକାରୀ କୃଷ୍ଣ ଚନ୍ଦ୍ର ସବାର।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri