ନୂଆପଡ଼ାରେ ବଢୁଛି ତାରକାଙ୍କ ଭିଡ଼: ଆଜି ସରିବ ନାମାଙ୍କନପତ୍ର ଦାଖଲ ଅବଧି

ଭୁବନେଶ୍ୱର,୨୦ା୧୦ (ରବିନାରାୟଣ ଜେନା): ଦିନ ଯେତିକି ଗଡୁଛି, ନୂଆପଡ଼ା ଉପନିର୍ବାଚନ ସେତିକି ଉଷ୍ମ ହୋଇଚାଲିଛି। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି(ସୋମବାର) ପ୍ରାର୍ଥତ୍ପତ୍ର ଦାଖଲର ଶେଷଦିନ ରହିଛି। ଇତିମଧ୍ୟରେ ୫ ପ୍ରାର୍ଥୀ ୭ଟି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିମଧ୍ୟରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ଘାସିରାମ ମାଝୀ ଏବଂ ଭାଜପାର ପ୍ରାର୍ଥୀ ଜୟ ଢୋଲକିଆ ରହିଥିବାବେଳେ ଦୁଇଜଣ ସ୍ବାଧୀନ ଏବଂ ଜଣେ ଓଡ଼ିଶା ଜନତା ଦଳ ପ୍ରାର୍ଥୀ ରହିଛନ୍ତି। ହେଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ଦଳୀୟ ସୂତ୍ରରୁ ଜଣାଯାଇଛି। ତେବେ ରାଜ୍ୟର ପ୍ରମୁଖ ତିନି ଦଳର ତାରକା ପ୍ରଚାରକମାନଙ୍କ ଭିଡ଼ ଏବେ ନୂଆପଡ଼ାରେ ଧୀରେ ଧୀରେ ଦେଖିବାକୁ ମିଳୁଛି। ପରିସ୍ଥିତି ଏପରି ହେଲାଣି ଯେ, ପଡ଼ୋଶୀ ଜିଲା ଏବଂ ରାଜ୍ୟ ଛତିଶଗଡ଼ରେ ମଧ୍ୟ ରହଣି କରିବାକୁ ପ୍ରଚାରକଙ୍କୁ ପଡୁଛି। ସବୁଠାରୁ ବଡ଼କଥା ହେଲା, ନୂଆପଡ଼ା ସହରରେ ତେଲ ଟାଙ୍କିରେ ମଧ୍ୟ ପ୍ରବଳ ଭିଡ଼ ଅନୁଭୂତ ହେଉଛି। ଏପରି କି ସମୟେ ସମୟେ ଟାଙ୍କିରୁ ତେଲ ଶେଷ ହୋଇଯିବାରୁ ପ୍ରଚାରକ ଗାଡ଼ି ଏବଂ ଶୋଭାଯାତ୍ରା ଗାଡ଼ିକୁ ବିଳମ୍ବ ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡୁଛି। ଏହାସହିତ ତାରକା ପ୍ରଚାରକଙ୍କ ରହିବା ଖାଇବା ମଧ୍ୟ ଅସୁବିଧା ହେଉଥିବା ପ୍ରଚାରକମାନେ କହୁଛନ୍ତି। ସୂଚନାଯୋଗ୍ୟ, ଭାରତ ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୨୨ (ବୁଧବାର)ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri