ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର ପଞ୍ଚାୟତସ୍ଥିତ ଚୂଳବାଡ଼ି ଗ୍ରାମରେ କୋଟି କୋଟି ଟଙ୍କାର ଖଣି ସମ୍ପଦ ଥାଇ ମଧ୍ୟ ସ୍ଥାନୀୟ ଲୋକେ ମୁନ୍ଦାଏ ବିଶୁଦ୍ଧ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ‘ବସୁଧା’ ଯୋଜନାରେ ନିର୍ମାଣ ହେଉଥିବା ପାନୀୟ ଜଳ ପ୍ରକଳ୍ପ ଠିକାଦାରଙ୍କ ମନ୍ଥର ଗତି ଓ ପ୍ରଶାସନିକ ଉଦାସୀନତା ଯୋଗୁ ବର୍ଷ ବର୍ଷ ଧରି ଅସମ୍ପୂର୍ଣ୍ଣ ହୋଇ ପଡ଼ିରହିଛି। ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ (RWSS) ଅଧୀନରେ ଥିବା ଏହି ପ୍ରକଳ୍ପର କାର୍ଯ୍ୟ ଶେଷ କରିବା ପାଇଁ ୧୬.୦୪.୨୦୨୪ ରିଖ ଧାର୍ଯ୍ୟ କରାଯାଇଥିଲା। ସନ୍ଦୀପ କୁମାର ବେହେରା ନାମକ ଠିକା ସଂସ୍ଥାକୁ ଏହାର ଦାୟିତ୍ୱ ମିଳିଥିବା ବେଳେ, ଆଜି ପର୍ଯ୍ୟନ୍ତ ନା ଓଭରହେଡ ଟାଙ୍କି ସମ୍ପୂର୍ଣ୍ଣ ହୋଇଛି, ନା ହିତାଧିକାରୀଙ୍କ ଘରେ ପାଇପ ସଂଯୋଗ ହୋଇଛି। ପ୍ରାୟ ୩ ରୁ ୪ ବର୍ଷ ହେବ ଏହି କାମ ଅଧାପନ୍ତରିଆ ଭାବେ ଝୁଲି ରହିଥିବା ବେଳେ ଗ୍ରୀଷ୍ମ ଋତୁ ପାଖେଇ ଆସୁଥିବାରୁ ଚୂଳବାଡ଼ି, ସ୍କୁଲ ପଡ଼ା, ବସ୍ତି ପଡ଼ା, ସିଗ୍ନି କୋନ ପଡ଼ା, ଟାଣ୍ଡକାମୁଇ ପଡ଼ା, ଉପର ପଡ଼ା ଏବଂ ଗେଦେଲ ଗୁଡ଼ା ପଡ଼ାର ଜନସାଧାରଣ ଜଳକଷ୍ଟକୁ ନେଇ ଆତଙ୍କିତ ହୋଇପଡ଼ିଲେଣି। ଏନେଇ ସ୍ଥାନୀୟ ସରପଞ୍ଚ ପ୍ରକାଶ ମାଝୀ ବିଭାଗୀୟ ଅଧିକାରୀ ଓ ବ୍ଲକ ପ୍ରଶାସନକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କେହି ଶୁଣୁ ନ ଥିବା ଅଭିଯୋଗ କରିଛନ୍ତି। ଶ୍ରୀ ମାଝୀ କହିଛନ୍ତି ଯେ, “ସରକାର ଏହି ଅଞ୍ଚଳର ଖଣି ସମ୍ପଦ ଲୁଟିବା ପାଇଁ ଯେତିକି ତତ୍ପର, ଗରିବଙ୍କୁ ପାଣି ମୁନ୍ଦାଏ ଦେବାରେ ସେତିକି ଅବହେଳା କରୁଛନ୍ତି। ସିଯିମାଳି ଖଣି ଚାଲିଲେ ପ୍ରକୃତ ବିକାଶ ହେବ ନା ଏହି ପାଣି ଟାଙ୍କି ଭଳି ନିମ୍ନମାନର କାର୍ଯ୍ୟ ଆଗେଇବ, ସେ ନେଇ ଜନସାଧାରଣ ଏବେ ପ୍ରଶ୍ନ କରୁଛନ୍ତି।”

ପ୍ରକଳ୍ପରେ ବିଳମ୍ବ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ମନ୍ମଥ ମୁର୍ମୁଙ୍କୁ ପଚାରିବାରୁ ସେ କହିଛନ୍ତି, “ଆମେ ବିଭିନ୍ନ ସମୟରେ ରିଭ୍ୟୁ ମିଟିଂରେ ଠିକା ସଂସ୍ଥାକୁ ତାଗିଦ କରୁଛୁ। ଜିଲାପାଳ ମଧ୍ୟ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ କିଛି ମାସ ତଳେ ପାଣ୍ଠି (Fund) ନଥିବାରୁ ଠିକା ସଂସ୍ଥାକୁ ପେମେଣ୍ଟ ହୋଇପାରି ନଥିଲା, ଯେଉଁଥିପାଇଁ ସେ UT File (Under Time) କରିଛନ୍ତି। ଫଳରେ କାର୍ଯ୍ୟ ମନ୍ଥର ହୋଇଥିଲା। ଆମେ ଯତ୍ନବାନ ଅଛୁ ଏବଂ ଆସନ୍ତା ଏପ୍ରିଲ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରୁଛୁ।” ଅଧାପନ୍ତରିଆ ପ୍ରକଳ୍ପକୁ ତୁରନ୍ତ ଶେଷ କରି ଘରେ ଘରେ ପାଇପ ସଂଯୋଗ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଲାଭଖୋର ଠିକାଦାରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଗଲେ ଆଗାମୀ ଦିନରେ ଅଞ୍ଚଳବାସୀ ବଡ଼ ଧରଣର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri