୧୮ଲକ୍ଷ ଟଙ୍କାରେ ହାତୀଦାନ୍ତ ବିକ୍ରି ପାଇଁ ହୋଇଥିଲା ଡିଲ୍‌, ଗ୍ରାହକ ସାଜି ଧରିଲେ ବନ କର୍ମଚାରୀ

ବାରିପଦା ଅଫିସ/ଉଦଳା, ୨୪ା୨: ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ଅଙ୍ଗାରପଦାଠାରେ ହାତୀଦାନ୍ତ କାରବାର କରୁଥିବା ୨ ବେପାରୀଙ୍କୁ ବୁଧବାର ବନ ବିଭାଗ ଗିରଫ କରିଛି। ସେମାନଙ୍କଠାରୁ ୪୫ କିଲୋ ଓଜନର ୮ ଖଣ୍ଡ ଦାନ୍ତ ଜବତ କରାଯାଇଛି। ଅଭିଯୁକ୍ତମାନେ ଏହାକୁ ୧୮ଲକ୍ଷ ଟଙ୍କାରେ ବିକ୍ରି କରିବାକୁ ଯୋଜନା କରୁଥିବା ବେଳେ ବନ ବିଭାଗ କର୍ମଚାରୀ ଗ୍ରାହକ ସାଜି ସେମାନଙ୍କୁ ଧରିବାରେ ସଫଳ ହୋଇଥିଲେ। ଅଭିଯୁକ୍ତ ଦ୍ୱୟ ହେଲେ ଅଙ୍ଗାରପଦା ଗ୍ରାମର ଫାଗୁ ପ୍ରସାଦ ହାଁସଦା ଏବଂ ଉଦଳା ଥାନା ଅନନ୍ତପୁର ଗ୍ରାମର ପୀଥ ସୋରେନ। ଜବତ ଦାନ୍ତ ଏକ ବୟସ୍କ ହାତୀର ହୋଇଥିବା ଅନୁମାନ କରାଯାଉଛି। ପରୀକ୍ଷା ପାଇଁ ଏହାକୁ ୱାଇଲ୍ଡ ଲାଇଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆକୁ ପଠାଯିବ ବୋଲି ବନଖଣ୍ଡ ଅଧିକାରୀ ସନ୍ତୋଷ ଯୋଶୀ କହିଛନ୍ତି। ଉଦଳା ବନାଞ୍ଚଳ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଏକ ସ୍ପେଶାଲ୍‌ ଟିମ୍‌ ଏହି ଚଢ଼ାଉରେ ସାମିଲ ଥିଲେ।
ଗତ ମାସ ୭ତାରିଖରେ କପ୍ତିପଦା ରେଞ୍ଜ ଶାରୀଶୁଆ ରାମକୁଣ୍ଡା ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ହୋଇଥିଲା। ଉକ୍ତ ହାତୀର ଦାନ୍ତକୁ ଶିକାରୀମାନେ କାଟି ନେଇଥିଲେ। ସେହି ଘଟଣାରେ ଦୁଇ ବନ କର୍ମଚାରୀ ନିଲମ୍ବିତ ହୋଇଥିଲେ। ବୁଧବାର ଜବତ ହୋଇଥିବା ଦାନ୍ତ ସହ ଉକ୍ତ ମୃତ ହାତୀଦାନ୍ତର ସାମଞ୍ଜସ୍ୟ ଥିବା ଆଶଙ୍କା କରି ବନ ବିଭାଗ ତଦନ୍ତକୁ ଜୋରଦାର କରିଛି। ତେବେ ଅଭିଯୁକ୍ତ ଦ୍ୱୟ ଏକ ହାତୀକୁ ୪/୫ମାସ ପୂର୍ବେ ଶିକାର କରି ଦାନ୍ତ ବିକ୍ରିି କରିବାକୁ ଯୋଜନା କରିଥିଲେ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଶିମିଳିପାଳ ଅଭୟାରଣ୍ୟରେ ବନ୍ୟଜନ୍ତୁୁ ଶିକାର କରୁଥିବା ଶିକାରୀଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅବୈତନିକ ବନ୍ୟ ପ୍ରାଣୀ ସଂରକ୍ଷକ ଭାନୁମିତ୍ର ଆଚାର୍ଯ୍ୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri