ଆକାଶବାଣୀର ପୂର୍ବତନ ଘୋଷକ ବସନ୍ତ ପଟ୍ଟନାୟକଙ୍କ ପରଲୋକ

ଆଠଗଡ଼,୧୪।୧୦(ସ୍ବ.ପ୍ର.): ଆକାଶବାଣୀ ଖବର ପଢୁଛନ୍ତି ବସନ୍ତ ପଟ୍ଟନାୟକ। ସତୁରି ଦଶକର ଏହି ଗୁରୁଗମ୍ଭୀର କଣ୍ଠସ୍ବର ଆଜି ନିରବୀ ଯାଇଛି। ବସନ୍ତ ଆକାଶବାଣୀ ନୂଆଦିଲ୍ଲୀ ସମ୍ବାଦ ବିଭାଗର ଏକ ସ୍ପର୍ଦ୍ଧିତ ନାମ। ବୁଧବାର ତାଙ୍କର ୯୨ବର୍ଷ ବୟସରେ ଆଠଗଡ଼ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ପରିଣତ ବୟସରେ ଶଯ୍ୟାଶାୟୀ ହୋଇ ମଧ୍ୟ ପ୍ରତ୍ୟେକ ଦିନ ବିଭିନ୍ନ ଖବରକାଗଜ ପଢ଼ିବା, ଟିଭି ଦେଖି ଖବରଗୁଡ଼ିକର ବିଶ୍ଳେଷଣ କରିବା ତାଙ୍କର ନିତିଦିନିଆ କାର୍ଯ୍ୟ ଥିଲା। ୧୯୫୮ରୁ ୧୯୭୩ ପର୍ଯ୍ୟନ୍ତ ସେ ଆକାଶବାଣୀ ନୂଆଦିଲ୍ଲୀରୁ ଖବର ପାଠ କରୁଥିଲେ। ୧୯୭୧ରେ ଭାରତ- ପାକିସ୍ତାନ ଯୁଦ୍ଧ ସମୟରେ ଦିଲ୍ଲୀ ରେଡ଼ିଓ ଷ୍ଟେଶନରେ ଡ୍ୟୁଟି ଅଫିସର ଭାବେ କାମ ତୁଲାଇଥିଲେ। ଖେଳକୁଦ, ଡ୍ରାମା, ଥିଏଟରରେ ରୁଚି ରଖୁଥିବା ବସନ୍ତ କେବେ ସାମ୍ବାଦିକ ହେବେ ବୋଲି ଭାବି ନ ଥିଲେ। ଉଚ୍ଚଶିକ୍ଷା ସମାପ୍ତ ପରେ କିଛିଦିନ ଟ୍ରାଫିକ ଇନ୍ସପେକ୍ଟର, ବାରବାଟୀ ଷ୍ଟାଡିୟମରେ ଥିବା ଓଡ଼ିଶା ଅଲିମ୍ପିକ ଆସୋସିଏଶନର ଆକାଉଣ୍ଟାଣ୍ଟ ଭାବେ କାର୍ଯ୍ୟ ତୁଲାଇଥିଲେ। ପରେ ଆକାଶବାଣୀରେ ସମ୍ବାଦ ପାଠକ ଭାବେ ଯୋଗ ଦେଇଥିଲେ। ଆଠଗଡ଼ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri