Posted inଖେଳ

କରୋନାରେ ହକି ଅମ୍ପାୟର ମ୍ୟାନେଜରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,  ୨୮ା୪ (ପି.ଟି.)- ଭାରତୀୟ ହକି ଅମ୍ପାୟର ମ୍ୟାନେଜର ବୀରେନ୍ଦ୍ର ସିଂଙ୍କର କରୋନାରେ ମୃତ୍ୟୁ ଘଟିଛି। ତାଙ୍କୁ ୪୭ ବର୍ଷ ବୟସ ହୋଇଥିଲା। ଉତ୍ତର ପ୍ରଦେଶ ଅନ୍ତର୍ଗତ ମିରଟରେ ତାଙ୍କର ଦେହାନ୍ତ ଘଟିଛି। ବୀରେନ୍ଦ୍ର ବହୁ ସଂଖ୍ୟାରେ ସର୍ବଭାରତୀୟ ଟୁର୍ନାମେଣ୍ଟ ଓ ଜାତୀୟ ଚାମ୍ପିୟନଶିପ୍‌ ପରିଚାଳନା କରିଛନ୍ତି। ଅମ୍ପାୟରଙ୍କ ମ୍ୟାନେଜର ଭାବେ ମ୍ୟାଚଗୁଡ଼ିକ ଲାଗି ସେ ଶ୍ରେଷ୍ଠ ସମ୍ଭାବ୍ୟ ଅମ୍ପାୟର ବାଛିବା ଦାୟିତ୍ୱ ନିର୍ବାହ କରିଛନ୍ତି। ନିକଟରେ ଅନୁଷ୍ଠିତ ୫୬ତମ ସର୍ବଭାରତୀୟ ବୀର ସିଂ ଜୁ ଦେବ ମେମୋରିଆଲ ଟୁର୍ନାମେଣ୍ଟ ଓ ୫ମ ସର୍ବଭାରତୀୟ ରାଜମାତା ବିଜୟରାଜେ ସିନ୍ଧିଆ ମହିଳା ଟୁର୍ନାମେଣ୍ଟରେ ସେ ଅମ୍ପାୟରଙ୍କ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଇଥିଲେ। ରେଲଓ୍ବେରେ କାର୍ଯ୍ୟରତ ସତ୍ତ୍ୱେ ସେ ୨୦୧୯ରେ ବାଙ୍ଗାଲୋର କପ୍‌ ଆମନ୍ତ୍ରଣୀୟ ସର୍ବଭାରତୀୟ ହକି ଟୁର୍ନାମେଣ୍ଟ, ଉତ୍ତରାଖଣ୍ଡର ହରିଦ୍ୱାରରେ ସର୍ବଭାରତୀୟ ସ୍ବାମୀ ଶ୍ରଦ୍ଧାନନ୍ଦ ହକି ଟୁର୍ନାମେଣ୍ଟ ସମେତ ଅନ୍ୟ କେତେକ ଇଭେଣ୍ଟରେ ସଫଳତାର ସହ ମ୍ୟାଚ ପରିଚାଳନା କରିଛନ୍ତି। ତାଙ୍କ ବିୟୋଗରେ ହକି ଇଣ୍ଡିଆ ସଭାପତି ଜ୍ଞାନେନ୍ଦ୍ର ନିଙ୍ଗମବାମ୍‌ ଗଭୀର ଶୋକପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri