ପୋଲିସ ହେପାଜାତରେ ଯୁବକଙ୍କ ମୃତ୍ୟୁ ଘଟଣା: ବହୁଜନ ମିଳିତ ମଞ୍ଚର ବିକ୍ଷୋଭ

ବରଗଡ଼ ଅଫିସ,୮।୧୦: ବରଗଡ଼ ସହର ଉପକଣ୍ଠ ତୋରା ତଳିପଡ଼ାର ଜଣେ ଯୁବକ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ଥିବାବେଳେ ଗତ ସେପ୍ଟେମ୍ବର ୨୫ ତାରିଖ ତାଙ୍କର ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଅଭିଯୁକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଶୁକ୍ରବାର ବରଗଡ଼ ସହରରେ ବହୁଜନ ମିଳିତ ମଞ୍ଚ ପକ୍ଷରୁ ବିକ୍ଷୋଭ ଶୋଭାଯାତ୍ରା ହୋଇଛି। ମଞ୍ଚର ହଜାର ହଜାର ମହିଳା, ପୁରୁଷ ସ୍ଥାନୀୟ ଲୋକ ମଣ୍ଡପ ପଡ଼ିଆରେ ସମବେତ ହୋଇଥିଲେ। ସେଠାରୁ ବିକ୍ଷୋଭ ଶୋଭାଯାତ୍ରାରେ ବାହାରି ଏସ୍‌ପି ଅଫିସ ଛକ ଦେଇ ଜିଲାପାଳ ଅଫିସରେ ପହଞ୍ଚି ଗୋବିନ୍ଦଙ୍କ ମୃତ୍ୟୁରେ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲେ।
ପ୍ରକାଶ ଥାଉକି, ଗତମାସ ୨୪ ତାରିଖ ବିଳମ୍ବିତ ରାତ୍ରିରେ ବରଗଡ଼ ଟାଉନ ଥାନା ପୋଲିସ ଗୋବିନ୍ଦଙ୍କୁ ଘରୁ ଉଠାଇ ଆଣିଥିଲା। ୨୫ତାରିଖ ସକାଳେ ଜିଲା ମୁଖ୍ୟଡାକ୍ତରଖାନାରେ ପରିବାର ଲୋକେ ତାଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଲୋକେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ ଏବଂ ପୋଲିସ ଲାଠି ଚାଳନା ମଧ୍ୟ କରିଥିଲା। ଘଟଣାର ସମ୍ବେଦନଶୀଳତା ଦୃଷ୍ଟିରୁ ଏହି ଘଟଣାର ତଦନ୍ତ ପାଇଁ ଏସ୍‌ପି ରାହୁଲ ଜୈନ ମାନବାଧିକାର ସୁରକ୍ଷା ସେଲ(ଏଚ୍‌ଆରପିସି) ଏଡିଜିଙ୍କୁ ଅନୁରୋଧ କରିଥିଲେ। ଏହି କ୍ରମରେ ଏଚ୍‌ଆରପିସିସ ଏହି ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri