ପୋଲିସ ହେପାଜାତରେ ଯୁବକଙ୍କ ମୃତ୍ୟୁ ଘଟଣା: ବହୁଜନ ମିଳିତ ମଞ୍ଚର ବିକ୍ଷୋଭ

ବରଗଡ଼ ଅଫିସ,୮।୧୦: ବରଗଡ଼ ସହର ଉପକଣ୍ଠ ତୋରା ତଳିପଡ଼ାର ଜଣେ ଯୁବକ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ଥିବାବେଳେ ଗତ ସେପ୍ଟେମ୍ବର ୨୫ ତାରିଖ ତାଙ୍କର ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଅଭିଯୁକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଶୁକ୍ରବାର ବରଗଡ଼ ସହରରେ ବହୁଜନ ମିଳିତ ମଞ୍ଚ ପକ୍ଷରୁ ବିକ୍ଷୋଭ ଶୋଭାଯାତ୍ରା ହୋଇଛି। ମଞ୍ଚର ହଜାର ହଜାର ମହିଳା, ପୁରୁଷ ସ୍ଥାନୀୟ ଲୋକ ମଣ୍ଡପ ପଡ଼ିଆରେ ସମବେତ ହୋଇଥିଲେ। ସେଠାରୁ ବିକ୍ଷୋଭ ଶୋଭାଯାତ୍ରାରେ ବାହାରି ଏସ୍‌ପି ଅଫିସ ଛକ ଦେଇ ଜିଲାପାଳ ଅଫିସରେ ପହଞ୍ଚି ଗୋବିନ୍ଦଙ୍କ ମୃତ୍ୟୁରେ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲେ।
ପ୍ରକାଶ ଥାଉକି, ଗତମାସ ୨୪ ତାରିଖ ବିଳମ୍ବିତ ରାତ୍ରିରେ ବରଗଡ଼ ଟାଉନ ଥାନା ପୋଲିସ ଗୋବିନ୍ଦଙ୍କୁ ଘରୁ ଉଠାଇ ଆଣିଥିଲା। ୨୫ତାରିଖ ସକାଳେ ଜିଲା ମୁଖ୍ୟଡାକ୍ତରଖାନାରେ ପରିବାର ଲୋକେ ତାଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଲୋକେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ ଏବଂ ପୋଲିସ ଲାଠି ଚାଳନା ମଧ୍ୟ କରିଥିଲା। ଘଟଣାର ସମ୍ବେଦନଶୀଳତା ଦୃଷ୍ଟିରୁ ଏହି ଘଟଣାର ତଦନ୍ତ ପାଇଁ ଏସ୍‌ପି ରାହୁଲ ଜୈନ ମାନବାଧିକାର ସୁରକ୍ଷା ସେଲ(ଏଚ୍‌ଆରପିସି) ଏଡିଜିଙ୍କୁ ଅନୁରୋଧ କରିଥିଲେ। ଏହି କ୍ରମରେ ଏଚ୍‌ଆରପିସିସ ଏହି ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri