ପୂର୍ବତନ ଜିଲା ଜଜ୍‌ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍‌ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ କରଙ୍କର କେନ୍ଦ୍ରାପଡ଼ା ସହର ସାନମଙ୍ଗଳାସ୍ଥିତ ବାସଭବନରେ ହୃଦ୍‌ଘାତ ଯୋଗୁ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ମିଳିଛି। ୧୯୮୦ ଅକ୍ଟୋବର ୩ରେ ଛବିରାଣୀ ମହାପାତ୍ର (୨୩) ହତ୍ୟାକାଣ୍ଡ ଘଟିଥିଲା। ଏକ ଖବର ପ୍ରକାଶ ନେଇ କେତେଜଣ ଦୁର୍ବୃତ୍ତ ତାଙ୍କ ସ୍ବାମୀ ନବକୃଷ୍ଣ ମହାପାତ୍ରଙ୍କୁ ମାରିବା ପାଇଁ ଉଦ୍ୟମ କରିଥିଲେ। ଏ ସମ୍ପର୍କରେ ସୂଚନା ମିଳିବା ପରେ ନବକୃଷ୍ଣ ତାଙ୍କ ସ୍ତ୍ରୀ ଓ ପୁଅକୁ ଧରି ସ୍ଥାନ ଛାଡି ପଳାଇ ଯାଉଥିଲେ ା ତେବେ ଜଗତ୍‌ସିଂହପୁର ଜିଲା ବିଲୁଆଖାଇ ନଦୀ ଶଯ୍ୟାରେ ଦୁର୍ବୃତ୍ତମାନେ ଛବିରାଣୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ବିଚାର କରି ତତ୍କାଳୀନ ଜଟକ ଜିଲା ଜଜ୍‌ ସ୍ବର୍ଗତ କର ଅଭିଯୁକ୍ତ ଦିବାକାର ନାୟକ, ରାଜୁ ରାଓ ଦୋରା, ବୀରବର ମାଣିଆ, ବାବାଜୀ ମାଣିଆ, ବୀର ବେହେରା, ସୁରେନ୍ଦ୍ର ବାରିକ, କେଳୁଚରଣ ଦାସ ଓ ମାଧ ତନ୍ତିଙ୍କୁ ସିଆରପିସି ଧାରା ୩୭୬, ୩୦୨ ଓ ୩୪ରେ ଆଜୀବନ କାରାଦଣ୍ଡ ଶୁଣାଇଥିଲେ। ଦୋଷୀଙ୍କ ପକ୍ଷରୁ ଅପିଲ ପରେ ଓଡିଶା ଉଚ୍ଚ ନ୍ୟାୟାଳୟ ଏମାନଙ୍କୁ ୧୯୯୩ରେ ଖଲାସ କରିଥିଲେ। ତେବେ ୨୦୦୨ରେ ସର୍ବୋଚ୍ଚ ନ୍ୟାୟାଳୟ ଏହାର ଚୂଡାନ୍ତ ରାୟ ପ୍ରକାଶ କରିଥିଲେ। ଏହି ରାୟରେ ଜିଲା ଜଜ୍‌ଙ୍କ ଆଜୀବନ କାରାଦଣ୍ଡକୁ କାଏମ ରଖାଯାଇଥିଲା। ସ୍ବର୍ଗତ କର ଅବସର ପରେ କେନ୍ଦ୍ରାପଡାରେ ରହି ସାମାଜିକ କର୍ମରେ ଲିପ୍ତ ଥିଲେ। ତାଙ୍କର ମୃତ୍ୟୁ ଖବର ଜଣାପଡିବା ପରେ କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ…

ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ…

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର…

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri