ସିଏମ୍‌ସିର ପ୍ରଥମ ମେୟର ନିବେଦିତା ପ୍ରଧାନଙ୍କ ପରଲୋକ

କଟକ,୧୧ା୮ (କାର୍ତ୍ତିକ ସାହୁ):କଟକ ମହାନଗର ନିଗମ(ସିଏମ୍‌ସି)ର ପ୍ରଥମ ମେୟର, ପୂର୍ବତନ ବିଧାୟିକା ତଥା ଭାଜପା ନେତ୍ରୀ ସୁଶ୍ରୀ ନିବେଦିତା ପ୍ରଧାନ(୬୦)ଙ୍କର ଗୁରୁବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥାଇ କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସିତ ହେଉଥିଲେ। ସେ ନିମୋନିଆ ଏବଂ ସେପ୍ଟିସେମିୟା ରୋଗରେ ପୀଡ଼ିତ ଥିଲେ। ତାଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ମାତାମଠ, ମଣିସାହୁ ଛକ, ବକ୍ସିବଜାର, ଦରଘା ବଜାର, ଚୌଧୁରୀବଜାର ଦେଇ ସିଏମ୍‌ସି କାର୍ଯ୍ୟାଳୟ, ଝୋଲାସାହି, ନିମସାହି, ସେମିନାରୀ ଛକ, ହରିପୁର, ଦୋଳମୁଣ୍ଡାଇ, ସଙ୍ଗମ ଟକିଜ୍‌ ନିକଟସ୍ଥ ବାସଭବନକୁ ନିଆଯାଇଥିଲା। ସେଠାରୁ ଦୋଳମୁଣ୍ଡାଇ ଓ ବାଦାମବାଡ଼ି ଛକ ଦେଇ ଖାନ୍‌ନଗର ଶ୍ମଶାନକୁ ନିଆଯାଇଥିଲା। ସେଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଭାଇ ସତ୍ୟରଞ୍ଜନ ପ୍ରଧାନ ମୁଖାଗ୍ନି ଦେଇଥିଲେ। ମୃତ୍ୟୁଶଯ୍ୟା ନିକଟରେ ପରିବାର ସଦସ୍ୟ, ଆତ୍ମୀୟ ସ୍ବଜନଙ୍କ ସମେତ ବହୁ ଭାଜପା କର୍ମକର୍ତ୍ତା, ସ୍ଥାନୀୟ ମୁରବୀ ଓ ଲୋକପ୍ରତିନିଧି ଉପସ୍ଥିତ ଥିଲେ। ଭାଜପା କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
୧୯୬୩ ଜୁଲାଇ ୭ରେ କଟକ ହରିପୁର ଅଞ୍ଚଳରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପା କେନ୍ଦ୍ରାପଡ଼ାରେ ଚାକିରି କରୁଥିବାରୁ ସେଠାରେ ସେ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷାଲାଭ କରିଥିଲେ। ଏହାପରେ କଟକରେ ବ୍ୟବସାୟ ସହିତ ସକ୍ରିୟ ରାଜନୀତିରେ ଅଂଶଗ୍ରହଣ କରିଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ କଟକ ସଦର ବିଧାୟିକା ଭାବେ କାର୍ଯ୍ୟ କରିଥିଲେ। ବିଧାୟିକା ପଦବୀରେ ଥାଇ ସେ ୨୦୦୩ରୁ ୨୦୦୮ ପର୍ଯ୍ୟନ୍ତ ସିଏମ୍‌ସି ମେୟର ଭାବେ କାର୍ଯ୍ୟ କରିଥିଲେ। ଆଜୀବନ ଅବିବାହିତ ଥିବା ଏହି ଦକ୍ଷ ନେତ୍ରୀ କୁନି ଅପା ଭାବେ ସମସ୍ତଙ୍କର ପ୍ରିୟଭାଜନ ହୋଇପାରିଥିଲେ। ତାଙ୍କର ପରିବାରରେ ଭଉଣୀ ସସ୍ମିତା ପ୍ରଧାନ, ମଧୁସ୍ମିତା ପ୍ରଧାନ ଓ ଭାଇ ସତ୍ୟରଞ୍ଜନ ପ୍ରଧାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?