ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ପରଲୋକ

ନୟାଗଡ଼ (ଲୋକନାଥ ମିଶ୍ର)/ ଭୁବନେଶ୍ୱର (ଅନିଲ ଦାସ) ୨୭ା୮ନୟାଗଡ଼ ସହର ପିଡବ୍ଲ୍ୟୁଡି ଗଳିର ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ଭୁବନେଶ୍ୱର ବାସଭବନରେ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ ପ୍ରଦେଶ ମହିଳା କଂଗ୍ରେସ ଉପସଭାନେତ୍ରୀ, ପ୍ରଦେଶ ଶୃଙ୍ଖଳା କମିଟି ଅଧ୍ୟକ୍ଷା, ନୟାଗଡ଼ ଜିଲା ମହିଳା କଂଗ୍ରେସର ପ୍ରଥମ ସଭାନେତ୍ରୀ ଭାବେ କାମ କରି ବେଶ ଲୋକପ୍ରିୟ ହୋଇପାରିଥିଲେ। ଏଥିସହ ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ କାମ କରି ନାରୀଶିକ୍ଷାର ପ୍ରଚାର ପ୍ରସାରରେ ଲାଗି ପଡିଥିଲେ। ୨୦୦୯ରେ ନୟାଗଡ଼ ବିଧାନସଭା ଆସନରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ତାଙ୍କ ବିୟୋଗ ପରେ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନରେ ଏକ ଶୋକସଭାର ଆୟୋଜନ କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକ ଏଥିରେ ଯୋଗଦେଇ କହିଛନ୍ତି, ସନ୍ଧ୍ୟାଦେବୀ ଦଳରେ ଦୀର୍ଘଦିନ ଧରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି ସୁଚାରୁରୂପେ କାର୍ଯ୍ୟ କରିଛନ୍ତି। ତାଙ୍କ ବିୟୋଗ କଂଗ୍ରେସ ଦଳ ପାଇଁ ଅପୂରଣୀୟ କ୍ଷତି। ସ୍ବର୍ଗତ ଆମତ୍ାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ, ଗଣେଶ୍ୱର ବେହେରା, ବିଧାୟକ ସନ୍ତୋଷ ସିଂ ସାଲୁଜା, ପିସିସି ଉପସଭାପତି ଶିବାନନ୍ଦ ରାୟ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ରଶ୍ମି ମହାପାତ୍ର, ବିଭୂତି ମିଶ୍ର, ପ୍ରକାଶ ମିଶ୍ର, ଜ୍ଞାନ ପଟ୍ଟନାୟକ, ତରୁଣ ମିଶ୍ର, ମାନସ ଆଚାର୍ଯ୍ୟଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ସ୍ବର୍ଗତ ସନ୍ଧ୍ୟା ଦେବୀଙ୍କ ପରଲୋକରେ ସ୍ମୃତିଚାରଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri