ଆଦର୍ଶ ଶିକ୍ଷକଙ୍କ ପରଲୋକ

ତିର୍ତ୍ତୋଲ,୧ା୭(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଦାମୋଦରପାଟଣାର ଆଦର୍ଶ ଶିକ୍ଷକ ସୁରେନ୍ଦ୍ର କୁମାର ମହାପାତ୍ରଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଶୁକ୍ରବାର ତାଙ୍କ ବାସଭବନରେ ପରଲୋକ ହୋଇଛି। ସେ ଏକାଧାରରେ ଜଣେ ଶିକ୍ଷକ, ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା ଭାବରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଶିକ୍ଷକତାକୁ ପେସା କରିଥିଲେ ମଧ୍ୟ କଳା ପ୍ରତି ତାଙ୍କ ମନରେ ଥିଲା ଅହେତୁକ ଦୁର୍ବଳତା। ତାଙ୍କ ଚର୍ଚ୍ଚିତ ନାଟକଗୁଡ଼ିକ ମଧ୍ୟରେ‘କାହାକୁ କରିବି ପର, କିଏ ତୁମେ ବ୍ରାହ୍ମଣ, ନ କହିଲେ କୁଳ ଭାସିଯାଉଛି, ପୋଡ଼ା ବେଦୀ ଓ ଛ’ ମାଣ ଆଠ ଗୁଣ୍ଠ ନାଟକ ବେଶ୍‌ ସୁନାମ ଅର୍ଜନ କରିଥିଲା। ସେ ବିଭିନ୍ନ କଳା ଅନୁଷ୍ଠାନ ସହ ଜଡ଼ିତ ଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ପୁଅ, ବୋହୂ, ଝିଅ, ଜ୍ୱାଇଁ, ନାତି,ନାତୁଣୀ ଉପସ୍ଥିତଥିବା ବେଳେ ଗାଁ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ତାଙ୍କର ଜ୍ୟେଷ୍ଠପୁତ୍ର ତଥା ଦୈନିକ ଖବରକାଗଜ ‘ଧରିତ୍ରୀ’ର ସହ-ସମ୍ପାଦକ ଶୁଭ୍ରପ୍ରକାଶ ମହାପାତ୍ର ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଗୁଜରାଟ ଭଳି ଓଡ଼ିଶାରେ ବିକାଶ ହେବ

ପାରାଦୀପ,୬।୩: ପାରାଦୀପ ଗସ୍ତରେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା। ସେଠାରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ ଉଦ୍‌ବୋଧନ ଦେଇ କହିଛନ୍ତି, ଭାଜପା ସରକାର ସଠିକ୍‌ ଦିଗରେ…

ବଳାତ୍କାର ଲୁଚାଇବାକୁ ଛାତରୁ ଠେଲିଦେଇଥିଲେ ଝାଡ଼ଖଣ୍ଡ ଯୁବକ

ପାରାଦୀପ,୨୮।୨ (ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡ଼ା ଅଞ୍ଚଳର ବହୁଚର୍ଚ୍ଚିତ ବଳାତ୍କାର ଓ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ ଗିରଫ କରିଥିବାବେଳେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri