ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ

ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ। ସୋମବାର ସଡ଼କ ଦୁର୍ଘଟଣାରେ ନବଦମ୍ପତିଙ୍କ ମୃତ୍ୟୁ ଘଟଣା ଗଞ୍ଜାମ ଜିଲା ଗୋଳନ୍ଥରାରେ ଶୋକ ଖେଳାଇଦେଇଛି।
ବ୍ରହ୍ମପୁର ଅଞ୍ଚଳର ସି.ଏଚ.ପ୍ରବଣିକା ଓ ତାଙ୍କ ସ୍ବାମୀ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମ ଅଞ୍ଚଳର ଜି.ବେଣୁ ବିବାହର ଚାରି ଦିନ ଅର୍ଥାତ ସୋମବାର ପରମ୍ପରା ଅନୁସାରେ ବାପ ଘରକୁ ବୁଲି ଆସୁଥିବା ବେଳେ ଗୋଳନ୍ଥରା ଥାନା ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଗତ ୧୦ ତାରିଖରେ ବ୍ରହ୍ମପୁର ଅଞ୍ଚଳର ସି.ଏଚ.ପ୍ରବଣିକାଙ୍କ ସହ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମ ଅଞ୍ଚଳର ଜି.ବେଣୁଙ୍କ ବିବାହ ହୋଇଥିଲା। ବିବାହର ଚତୁର୍ଥ ଦିନ ଝିଅ ଓ ଜ୍ୱାଇଁ ବାଇକ୍‌ ଯୋଗେ ବ୍ରହ୍ମପୁର ଆସୁଥିବା ବେଳେ ସନ୍ଧ୍ୟାରେ ଗୋଳନ୍ଥରା ଥାନା ସମ୍ମୁଖରେ ଏକ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା। ଉଭୟ ରାସ୍ତା କଡ଼ରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ଗୋଳନ୍ଥରା ପୋଲିସ ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ଓ ବାଇକ୍‌କୁ ପୋଲିସ ଜବତ କରିଛି। ପୋଲିସ ୯୧/୨୩ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମଙ୍ଗଳବାର ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନାଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri