ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ

ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ। ସୋମବାର ସଡ଼କ ଦୁର୍ଘଟଣାରେ ନବଦମ୍ପତିଙ୍କ ମୃତ୍ୟୁ ଘଟଣା ଗଞ୍ଜାମ ଜିଲା ଗୋଳନ୍ଥରାରେ ଶୋକ ଖେଳାଇଦେଇଛି।
ବ୍ରହ୍ମପୁର ଅଞ୍ଚଳର ସି.ଏଚ.ପ୍ରବଣିକା ଓ ତାଙ୍କ ସ୍ବାମୀ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମ ଅଞ୍ଚଳର ଜି.ବେଣୁ ବିବାହର ଚାରି ଦିନ ଅର୍ଥାତ ସୋମବାର ପରମ୍ପରା ଅନୁସାରେ ବାପ ଘରକୁ ବୁଲି ଆସୁଥିବା ବେଳେ ଗୋଳନ୍ଥରା ଥାନା ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଗତ ୧୦ ତାରିଖରେ ବ୍ରହ୍ମପୁର ଅଞ୍ଚଳର ସି.ଏଚ.ପ୍ରବଣିକାଙ୍କ ସହ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମ ଅଞ୍ଚଳର ଜି.ବେଣୁଙ୍କ ବିବାହ ହୋଇଥିଲା। ବିବାହର ଚତୁର୍ଥ ଦିନ ଝିଅ ଓ ଜ୍ୱାଇଁ ବାଇକ୍‌ ଯୋଗେ ବ୍ରହ୍ମପୁର ଆସୁଥିବା ବେଳେ ସନ୍ଧ୍ୟାରେ ଗୋଳନ୍ଥରା ଥାନା ସମ୍ମୁଖରେ ଏକ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା। ଉଭୟ ରାସ୍ତା କଡ଼ରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ଗୋଳନ୍ଥରା ପୋଲିସ ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ଓ ବାଇକ୍‌କୁ ପୋଲିସ ଜବତ କରିଛି। ପୋଲିସ ୯୧/୨୩ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମଙ୍ଗଳବାର ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନାଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?