ଶୀହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭୁଲ ଇଞ୍ଜେକସନ ଯୋଗୁ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି: ଜିଲାପାଳ କହିଲେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ଶୀହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଅବହେଳା ଯୋଗୁ ମତ୍ୟୁ ସଂଖ୍ୟା  ୬କୁ ବୃଦ୍ଧି ହୋଇଥିବା  ଅଭିଯୋଗ ଆସିଛି। ସେଥି ମଧ୍ୟରୁ ସର୍ଜରୀ ଆଇସିୟୁରେ ରହି ଚିକିତ୍ସା ହେଉଥିବା ୩ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ୱାର୍ଡରେ ରହିଥିବା ୩ ରୋଗୀଙ୍କ ମୃତ୍ୟୁ ଘଟିଛି। ନର୍ସଙ୍କ ଭୁଲ ଇଞ୍ଜେକସନ ଯୋଗୁ ଆଇସିୟୁ ସର୍ଜରୀରେ ଥିବା ୩ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ରୋଗୀଙ୍କ ସମ୍ପର୍କୀୟ। ଆୟିସିୟୁ ସର୍ଯରୀରେ ମୃତ୍ୟୁ ବରଣ କରିଥିବା ଭଗବାନ ପରଜା ଏଂ ଶୁକ୍ରା ମାଝି ପୁରୁଷ ରୋଗୀ ହୋଇଥିବା ବେଳେ ଜଣେ ମହିଳା ରୁକୁଣି ପେଣ୍ଟିଆଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ସେହିପରି ୱାର୍ଡରେ ଚିକିତ୍ସିତ ହେଉଥିବା ବତି ଖରା, ଜଗନ୍ନାଥ ପୂଜାରୀ  ଓ ଫୁଲମତି ମାଝିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ୱାର୍ଡରେ ଚିକିତ୍ସିତ ହେଉଥିବା ଦୁଇ ମହିଳାଙ୍କ ଜଣେ ପୁରୁଷଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଛି  ତାହା ଜଣା ପଡିନାହିଁ। ଆଇସିୟୁ ସର୍ଜରୀରେ ମତ୍ୟୁ ହୋଇଥିବା ତିନି ରୋଗୀଙ୍କ ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ରଖାଯାଇଛି। ବ୍ୟବଚ୍ଛଦ ହେବାପରେ ମତ୍ୟୁର କାରଣ ଜଣାପଡିବ ଓ  ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୁଚନା ମିଳିଛି।
ନ୍ୟପକ୍ଷେ ମେଡିକାଲ କଲେଜରେ ଯେପରି କୌଣସି ଅପ୍ରିତିକର ପରିସ୍ଥିତି ସୃଷ୍ଟି ନ ହୁଏ ସେଥି ପାଇଁ ପୋଲିସ ମୁତୟନ କରାଯାଇଛି। କେଉଁ ପରିସ୍ଥିତିରେ ୬ ଜଣ ରୋଗୀଙ୍କ ଅଳ୍ପ ସମୟ ବ୍ୟବଧାନ ମଧ୍ୟରେ ମତ୍ୟୁ ହୋଇଛି ତାହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି। ରୋଗୀ ମୃତ୍ୟୁକୁ ନେଇ ଏକ କମିଟି ଗଠନ କରାଯାଇ ଘଟଣାର ତଦନ୍ତ କରାଯିବ ବୋଲି ଜିଲାପାଳ ଭି କିର୍ତ୍ତିୀ ଭାସନ ପ୍ରକାଶ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?