ଚାଇନା ଭୂକମ୍ପରେ ମୃତକଙ୍କ ସଂଖ୍ୟା ୧୪୯ ଛୁଇଁଲା, ଗାନସୁ ଅଞ୍ଚଳରେ ସବୁଠାରୁ ଅଧିକ କ୍ଷତି

ବେଜିଂ,୨୫।୧୨: ଚାଇନାରେ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ୧୪୯ରେ ପହଞ୍ଚିଛି ଏବଂ ଦୁଇ ଜଣ ନିଖୋଜ ଅଛନ୍ତି। ସୂଚନା ଅନୁଯାୟୀ ଡିସେମ୍ବର ୧୮ରେ ଚାଇନାର ଉତ୍ତର-ପୂର୍ବ ଭାଗରେ ୬.୨ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଥିଲା। ଗତ ୯ବର୍ଷ ମଧ୍ୟରେ ଏହି ଅଞ୍ଚଳରେ ଏହା ସବୁଠାରୁ ଶକ୍ତିଶାଳୀ ଭୂକମ୍ପ ଥିଲା ଯାହା ଦ୍ୱାରା ବିପୁଳ ଧ୍ୱଂସ ଘଟିଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୧୦କିଲୋମିଟର ତଳେ ଥିଲା। ଯେଉଁଥିପାଇଁ ଚାଇନା ଗାନସୁ ପ୍ରଦେଶର ଜିଶିଶାନ କାଉଣ୍ଟି, ମିନେହ କାଉଣ୍ଟି ଏବଂ ପଡୋଶୀ ରାଜ୍ୟ କଳିଙ୍ଗାଇରେ ବହୁ କ୍ଷୟକ୍ଷତି ହୋଇଥିଲା।

କିନଘଇ ରାଜ୍ୟରେ ହୋଇଥିବା ଏହି ଭୂକମ୍ପରେ ୩୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦୁଇଜଣ ନିଖୋଜ ଅଛନ୍ତି। ଏଠାରେ ୨୦୦ ଜଣ ମଧ୍ୟ ଆହତ ହୋଇଛନ୍ତି। ଗଣସୁ ରାଜ୍ୟରେ ୧୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୮୧ ଜଣ ଆହତ ହୋଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଭୂକମ୍ପ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଆହତମାନଙ୍କ ମଧ୍ୟରେ ୧୭ଜଣଙ୍କ ଅବସ୍ଥା ଗୁରୁତର, ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ। ଏବେ ଚାଇନାରେ ଅତ୍ୟଧିକ ଥଣ୍ଡା, ତେଣୁ ସରକାର ଭୂକମ୍ପ ପ୍ରଭାବିତ ଲୋକଙ୍କୁ ବହୁ ପରିମାଣରେ ରିଲିଫ ସାମଗ୍ରୀ ବଣ୍ଟନ କରୁଛନ୍ତି। ଯେଉଁଥିରେ ଗରମ ଶଯ୍ୟା ଏବଂ ପୋଷାକ ମଧ୍ୟ ଅନ୍ତର୍ଭୁକ୍ତ। ଏହାପୂର୍ବରୁ ୨୦୧୪ରେ ଚାଇନାର ୟୁନାନ ପ୍ରଦେଶରେ ଏକ ଭୂକମ୍ପ ହୋଇଥିଲା ଯେଉଁଥିରେ ୬୧୭ଜଣଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?