Posted inରାଜ୍ୟ

ଖବରଦାତାଙ୍କ ମୃତ୍ୟୁ ହେଲେ ୪ ଲକ୍ଷ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): କାର୍ଯ୍ୟରତ ଖବରଦାତାଙ୍କୁ ସହାୟତା କରିବା ପାଇଁ ରାଜ୍ୟ ସରକାର ‘ଓଡିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ ପାଣ୍ଠି ରୁଲ-୨୦୦୬’କୁ ସଂଶୋଧନ କରିଛନ୍ତି। ଏଥିସହ ଓଡ଼ିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ
ପାଣ୍ଠି ରୁଲ୍‌-୨୦୨୦ କାର୍ଯ୍ୟକାରୀ କରିଛନ୍ତି। ଏ ନେଇ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ଯ୍ୟରତ ଖବରଦାତାଙ୍କ ମୃତ୍ୟୁ ହେଲେ ସରକାର ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବେ। ଏଥିସହିତ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା, ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୃହଋଣ ଉପରେ ୩% ସୁଧ, ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଦୁଇଚକିଆ ଏବଂ ୪ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୪ ଚକିଆ ଯାନ ଉପରେ ଥିବା ଋଣର ୩% ସୁଧ ସରକାର ବହନ କରିବେ। ଦୁର୍ଘଟଣା, ରୋଗ କିମ୍ବା ଅନ୍ୟ କୌଣସି କାରଣରୁ ଖବରଦାତା ଦିବ୍ୟାଙ୍ଗ ହୋଇଗଲେ ୨ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ। କାର୍ଯ୍ୟରତ ଖବରଦାତାଙ୍କ ମୃତ୍ୟୁ ହେଲେ ତାଙ୍କ ପିଲାଙ୍କୁ ପ୍ରତି ମାସରେ ମାଟ୍ରିକ୍‌ ଯାଏ ୧୫୦୦ ଟଙ୍କା ଏବଂ ଉଚ୍ଚଶିକ୍ଷା ଶେଷ କରିବା ଯାଏ ମାସିକ ୨୫୦୦ ଟଙ୍କା ପ୍ରଦାନ କରାଯିବ ବୋଲି ନିୟମରେ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri