Posted inରାଜ୍ୟ

ଖବରଦାତାଙ୍କ ମୃତ୍ୟୁ ହେଲେ ୪ ଲକ୍ଷ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): କାର୍ଯ୍ୟରତ ଖବରଦାତାଙ୍କୁ ସହାୟତା କରିବା ପାଇଁ ରାଜ୍ୟ ସରକାର ‘ଓଡିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ ପାଣ୍ଠି ରୁଲ-୨୦୦୬’କୁ ସଂଶୋଧନ କରିଛନ୍ତି। ଏଥିସହ ଓଡ଼ିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ
ପାଣ୍ଠି ରୁଲ୍‌-୨୦୨୦ କାର୍ଯ୍ୟକାରୀ କରିଛନ୍ତି। ଏ ନେଇ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ଯ୍ୟରତ ଖବରଦାତାଙ୍କ ମୃତ୍ୟୁ ହେଲେ ସରକାର ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବେ। ଏଥିସହିତ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା, ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୃହଋଣ ଉପରେ ୩% ସୁଧ, ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଦୁଇଚକିଆ ଏବଂ ୪ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୪ ଚକିଆ ଯାନ ଉପରେ ଥିବା ଋଣର ୩% ସୁଧ ସରକାର ବହନ କରିବେ। ଦୁର୍ଘଟଣା, ରୋଗ କିମ୍ବା ଅନ୍ୟ କୌଣସି କାରଣରୁ ଖବରଦାତା ଦିବ୍ୟାଙ୍ଗ ହୋଇଗଲେ ୨ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ। କାର୍ଯ୍ୟରତ ଖବରଦାତାଙ୍କ ମୃତ୍ୟୁ ହେଲେ ତାଙ୍କ ପିଲାଙ୍କୁ ପ୍ରତି ମାସରେ ମାଟ୍ରିକ୍‌ ଯାଏ ୧୫୦୦ ଟଙ୍କା ଏବଂ ଉଚ୍ଚଶିକ୍ଷା ଶେଷ କରିବା ଯାଏ ମାସିକ ୨୫୦୦ ଟଙ୍କା ପ୍ରଦାନ କରାଯିବ ବୋଲି ନିୟମରେ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?