ମରଣଯନ୍ତା ପାଲଟିଛି ଅସ୍ଥାୟୀ ରାସ୍ତା

ବଇଣ୍ଡା,୮ା୭(ଡି.ଏନ.ଏ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ନିର୍ମାଣ ପାଇଁ ହୋଇଥିବା ଅସ୍ଥାୟୀ ରାସ୍ତା ଗୁଡିକ ଏବେ ମରଣଯନ୍ତା ପାଲଟିଛି। ମରାମତି ହେଉ ନ ଥିବା ଯୋଗୁ ଯାତାୟାତରେ ସମ୍ପୂର୍ଣ୍ଣ ବ୍ୟାଘାତ ସୃଷ୍ଟି ହେଉଛି। ଏ ନେଇ ଗୁରୁବାର ବଇଣ୍ଡା ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଗ୍ରାମବାସୀ ଦର୍ଶାଇଛନ୍ତି, କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ ହେଉଛି। ହେଲେ ବଇଣ୍ଡା ଠାରେ ନିର୍ମାଣରେ ବିଳମ୍ବ ହେଉଥିବାବେଳେ ଠିକାସଂସ୍ଥା ପକ୍ଷରୁ ହୋଇଥିବା ଅସ୍ଥାୟୀ ରାସ୍ତାଗୁଡ଼ିକ ଏବେ ମରଣଯନ୍ତା ପାଲଟିଛି। ବିଶେଷକରି ବଇଣ୍ଡା ଛକ, ଆନନ୍ଦମୁଣ୍ଡାଠାରେ ବଡବଡ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଗାଡି ଯାତାୟାତରେ ଅସୁବିଧା ସୃଷ୍ଟି ହେଉଥିବାବେଳେ ପ୍ରତ୍ୟେକ ଦିନ ଏହି ଖାଲରେ ପଡି ବାଇକ ଆରୋହୀମାନେ ଗୁରୁତର ହେଉଛନ୍ତି। ଏହି ଜାତୀୟ ରାଜପଥରେ ପ୍ରତ୍ୟେକ ଦିନ ବହୁ ଭାରୀଯାନ ଚଳାଚଳ କରୁଥିବା ବେଳେ ଅସ୍ଥାୟୀ ରାସ୍ତା ଶୋଚନୀୟ ହୋଇପଡୁଛି। ସେହିପରି ବଇଣ୍ଡା କଲେଜ ଛାତ୍ରୀମାନେ ସାଇକେଲ ମାଧ୍ୟମରେ ଯାଉଥିବାବେଳେ ସାମାନ୍ୟ ବର୍ଷା ହେଲେ ଗର୍ତ୍ତରେ ପାଣି ଜମିଯାଉଥିବା ଯୋଗୁ ଖସିପଡି ଆହତ ହେଉଛନ୍ତି। ଏହି ଅସ୍ଥାୟୀ ରାସ୍ତା ମରାମତି କରିବା ପାଇଁ ବଇଣ୍ଡା ଗ୍ରାମବାସୀ ବହୁବାର ଜିଲା ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ। ତୁରନ୍ତ ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ସରପଞ୍ଚ ଦୀପ୍ତିମୟୀ ସାହୁ, ଭଗବାନ ଘିୱାଲା, ରମାକାନ୍ତ ବେହେରା, ଜିତେନ୍ଦ୍ର ବେହେରା, ପରିକ୍ଷିତ ସାହୁ, ସୁନୀଲ ପ୍ରଧାନ, ମାନସ ସାହୁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri