ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ନୂଆ ୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ରାୟଗଡ଼ାରୁ ୨, ଅନୁଗୋଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି।


