ବ୍ରାଜିଲ ବନ୍ୟାରେ ମୃତକଙ୍କ ସଂଖ୍ୟା ୧୦୦ ପାର୍‌, ୫୬ ନିଖୋଜ

ସାଓ ପାଓଲୋ,୨୭।୫: ବ୍ରାଜିଲରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପ୍ରିଲ ୨୯ରେ ରାଜ୍ୟରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା, ସେବେଠାରୁ ଅନେକ ଲୋକଙ୍କର ମୃତ୍ୟୁ ହୋଇଛି। ଦକ୍ଷିଣ ବ୍ରାଜିଲର ରିଓ ଗ୍ରାଣ୍ଡେ ଡୋ ସୁଲ ରାଜ୍ୟରେ ବର୍ଷା ଓ ବନ୍ୟାରେ ୧୬୯ଜଣଙ୍କର ମତ୍ୟୁ ଘଟିଛି। ସିଭିଲ ଡିଫେନ୍ସ ଏଜେନ୍ସି ଏହି ସୂଚନା ଦେଇଛନ୍ତି।
ଏହା ବ୍ୟତୀତ ଗତ ୨୪ଘଣ୍ଟା ମଧ୍ୟରେ ଆଉ ତିନୋଟି ମୃତଦେହ ଉଦ୍ଧାର ହୋଇଥିବାବେଳେ ୫୬ଜଣ ନିଖୋଜ ଅଛନ୍ତି। ଆଇଏନଏସର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଏହା ରାଜ୍ୟରେ ଘଟିଥିବା ସବୁଠାରୁ ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ। ଆପଣଙ୍କ ସୂଚନା ପାଇଁ, ବନ୍ୟା ଏବଂ ଜଳପୂର୍ଣ୍ଣ ନଦୀ ଯୋଗୁଁ ୨.୩ ନିୟୁତରୁ ଅଧିକ ବାସିନ୍ଦା ବିସ୍ଥାପିତ ହୋଇଛନ୍ତି।
ରାଜ୍ୟ ରାଜଧାନୀ ପୋର୍ଟୋ ଆଲେଗ୍ରେ ଏବଂ ୪୬୯ ଅନ୍ୟାନ୍ୟ ପୌରସଂସ୍ଥାର ଭିତ୍ତିଭୂମି ଖରାପ ହୋଇଯାଇଛି। ସେଗୁଡିକର ପୁନଃ ନିର୍ମାଣ ପାଇଁ ଅତିକମରେ ଏକ ବର୍ଷ ଲାଗିବ ବୋଲି କୁହାଯାଉଛି। ରିଓ ଗ୍ରାଣ୍ଡେ ଡୋ ସୁଲ ରାଜ୍ୟପାଳ ଏଡୁଆର୍ଡୋ ଲାଇଟ ଏହି ସୂଚନା ଦେଇଛନ୍ତି। କୁହାଯାଉଛି ଯେ ଏହି ସପ୍ତାହରେ ପୋର୍ଟୋ ଆଲେଗ୍ରେ ଏବଂ ରାଜ୍ୟର ଅନ୍ୟାନ୍ୟ ପ୍ରମୁଖ ସହରରେ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୪୮ଘଣ୍ଟା ପାଇଁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri