ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା

ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ବେଳେ ୭,୩୯,୩୭୬ଜଣ ସୁସ୍ଥ ହୋଇଛନ୍ତି। ୭୬,୭୫୦ ଜଣ ଚିକିିତ୍ସିତ ହେଉଛନ୍ତି। ୩୦୩୫ ଜଣଙ୍କ ମୃତ୍ୟୁ ଘଟିଛି।