ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ପ୍ରତିବାଦରେ ଘରୋଇ ବସ୍‌ ମାଲିକ ସଂଘର ଆନ୍ଦୋଳନ ନିଷ୍ପତ୍ତି, ପରିବହନ ମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର

ପୁରୁଷୋତ୍ତମପୁର,୨୬ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ୍‌ର ମନମୁଖୀ ଓ ବେନିୟମ ଭାବେ ଚଳାଚଳ କରୁଥିବାର ଅଭିଯୋଗକୁ ନେଇ ଏହାର ବିରୋଧରେ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ମାଲିକ ସଂଘ ସ୍ବର ଉତ୍ତୋଳନ କରିଛନ୍ତି। ଏହାର ପ୍ରତିବାଦରେ ଅଗଷ୍ଟ ୧ରୁ ଧର୍ମଘଟ ସହ ଆନ୍ଦୋଳନ କରିବାର ନେଇ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀ, ପରିବହନ ମନ୍ତ୍ରୀ, ଗଞ୍ଜାମ ଜିଲାପାଳଙ୍କ ସମେତ ଜିଲା ପରିବହନ ଅଧିକାରୀ, ପୁରୁଷୋତ୍ତମପୁର ବିଡିଓ, ଥାନା ଆଇଆଇସିମାନଙ୍କୁ ପ୍ରଦାନ କରିଛନ୍ତି। ଏହି ଦାବିପତ୍ର ପ୍ରଦାନ ବେଳେ ପୁରୁଷୋତ୍ତମପୁର ସମେତ କୋଦଳା, ପୋଲସରା, ଆସିକା, ହିଞ୍ଜଳି, ବୁଗୁଡା, ଛତ୍ରପୁର, ସମେତ ଜିଲାର ବିଭିନ୍ନ ଅଞ୍ଚଳର ଘରୋଇ ବସ୍‌ ମାଲିକ ସଂଘର କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ। ଜିଲାରେ ଯେଉଁଭଳି ଭାବରେ ଲକ୍ଷ୍ମୀବସ୍‌ ମନମୁଖୀ ଭାବରେ ଚଳାଚଳ କରୁଛି ତାହାକୁ ଘରୋଇ ବସମାଲିକମାନେ ବିରୋଧ କରିଛନ୍ତି। ଗ୍ରାମାଞ୍ଚଳରୁ ବ୍ଲକ ହେଡକ୍ବାର୍ଟର୍ସକୁ ଲକ୍ଷ୍ମୀବସ୍‌ ଚଳାଚଳ କରିବା ବଦଳରେ ସହରାଞ୍ଚଳ ଏନ୍‌ଏସି ଓ ମହାନଗରରେ ବିନା ପରିମିଟରେ ମନଇଛା ସମୟରେ ବସ ଚଲାଇବାରେ ଲାଗିଛନ୍ତି। ପୂର୍ବରୁ ବିଭିନ୍ନ ଅଞ୍ଚଳର ବସମାଲିକ ଓ ପ୍ରଶାସନ ପକ୍ଷରୁ ଗ୍ରାମାଞ୍ଚଳର ଲୋକଙ୍କ ସ୍ବାର୍ଥକୁ ନେଇ ନିଷ୍ଷତ୍ତି ପ୍ରସ୍ତୁତ ହୋଇଥିବା ରୁଟ୍‌ ଚାର୍ଟ ପ୍ରକାରେ ଚଳାଇବା ପରିବର୍ତ୍ତେ ଘରୋଇ ବସର ପରିମିଟ ସମୟ ଆଗରେ ଉଦ୍ଦେଶ୍ୟମୂଳକ ଭାବରେ ଲକ୍ଷ୍ମୀବସ୍‌ ଚଲାଇବାରେ ଲାଗିଥିବା ହେତୁ ବସ୍‌ମାଲିକମାନେ କ୍ଷତିଗ୍ରସ୍ତହେବାରେ ଲାଗିଛନ୍ତି। ଯେଉଁ ଅଞ୍ଚଳରେ ବସ୍‌ଗାଡ଼ିର ସୁବିଧା ନାହିଁ ସେହି ଅଞ୍ଚଳକୁ ଲକ୍ଷ୍ମୀବସ୍‌ ଚଳାଚଳ କରିବା ବଦଳରେ ସରକାରୀ ନିୟମକୁ ଖୋଲାଖୋଲି ଭାବରେ ଉଲ୍ଲଂଘନ କରି ମନଇଛା ପ୍ରକାରେ ବସ୍‌ ଚଲାଇବାରେ ଲାଗିଛନ୍ତି। ଏହାର ପ୍ରତିବାଦ କଲେ ଲକ୍ଷ୍ମୀବସ୍‌ କର୍ମଚାରୀମାନେ ପୋଲିସରେ କେସ୍‌ କରିବାର ଧମକ ଦେଉଛନ୍ତି। ଏଥିନେଇ ବସ୍‌ମାଲିକ ସଂଘ ପକ୍ଷରୁ ଗତ ମାର୍ଚ୍ଚ ୨୧ରେ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିବା ବେଳେ ଏଯାବତ୍‌ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ତୁରନ୍ତ ୭ ଦିନ ମଧ୍ୟରେ ଏହାର ସମାଧାନ କରା ନ ଗଲେ ଆଗାମୀ ଅଗଷ୍ଟ ୧ରୁ ବସ୍‌ ମାଲିକମାନେ ଧର୍ମଘଟ ସହ ଆନ୍ଦୋଳନ କରିବେ ବୋଲି ଲିଖିତ ଭାବରେ ସରକାର ଓ ପ୍ରଶାସନକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri