ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ

କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ ସ୍ୟାଟ୍‌ ଉଚ୍ଛେଦ ପାଇଁ ବାଟ ସଫା ହେବା ସହ ଅଦାଲତି ବିବାଦର ଅନ୍ତ ଘଟିଛି। ହାଇକୋର୍ଟ ସୋମବାର ତାଙ୍କ ରାୟରେ ଜଣାଇଛନ୍ତି, କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୨ରେ ସ୍ୟାଟ୍‌ ଉଚ୍ଛେଦ ପାଇଁ ଯେଉଁ ବିଜ୍ଞପ୍ତି ପ୍ରକାଶ କରିଥିଲେ ସେଥିରେ ଅଦାଲତ ହସ୍ତକ୍ଷେପ କରିବାର କୌଣସି ଭିତ୍ତି ନାହିଁ। ସ୍ୟାଟ୍‌ ଯେଉଁ ଉଦ୍ଦେଶ୍ୟ ନେଇ ଗଠନ ହୋଇଥିଲା ତାହା ସଫଳ ନ ହେବାରୁ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ଉଚ୍ଛେଦ ପାଇଁ ନିଷ୍ପତ୍ତି ନେଇଛନ୍ତି। ତେଣୁ ଏହି ନିଷ୍ପତ୍ତି ଉପରେ ହାଇକୋର୍ଟ ହସ୍ତକ୍ଷେପ କରିବନି ବୋଲି ରାୟରେ ଜଣାଇଛନ୍ତି। ତେଣୁ ସ୍ୟାଟ୍‌ ଉଚ୍ଛେଦକୁ ବିରୋଧ କରି ରୁଜୁ ହୋଇଥିବା ସମସ୍ତ ମାମଲା ଖାରଜ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ସୋମବାର ଏହି ମାମଲାର ରାୟ ପ୍ରକାଶ କରି ଏହା କହିଛନ୍ତି। ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶ ବଳରେ ସ୍ୟାଟ୍‌ରେ ଥିବା ପ୍ରାୟ ୭୦ ହଜାର ମାମଲା ହାଇକୋର୍ଟକୁ ସ୍ଥାନାନ୍ତର ହେବ।
ସୂଚନାଯୋଗ୍ୟ, ୨୦୧୫ ସେପ୍ଟେମ୍ବର ୯ରେ ସ୍ୟାଟ୍‌ ଉଚ୍ଛେଦ ନେଇ ରାଜ୍ୟ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଥିଲା। ଏହି ନିଷ୍ପତ୍ତିକୁ ବିରୋଧ କରି କଟକ ଏବଂ ଭୁବନେଶ୍ୱର ସ୍ୟାଟ୍‌ ବାର୍‌ ଆସୋସିଏସନ୍‌ ସମେତ ଏକାଧିକ ମାମଲା ହାଇକୋର୍ଟରେ ରୁଜୁ ହୋଇଥିଲା। ପରେ କେନ୍ଦ୍ର ସରକାର ୨୦୧୯ ଅଗଷ୍ଟରେ ଏହି ନିଷ୍ପତ୍ତି ଉପରେ ମୋହର ମାରିଥିଲେ। ସ୍ୟାଟ୍‌ ଉଚ୍ଛେଦ ଉପରେ ଆବେଦନକାରୀମାନେ ଅଭିଯୋଗ ଆଣି ଦର୍ଶାଇଥିଲେ, ସରକାରଙ୍କ ଏହି ନିଷ୍ପତ୍ତି ସ୍ବେଚ୍ଛାଚାରିତା, ଅପରିଣାମଦର୍ଶିତା। କିନ୍ତୁ ଏହି ଅଭିଯୋଗକୁ ହାଇକୋର୍ଟ ଗ୍ରହଣ କରିନାହାନ୍ତି। ଏହି ଯୁକ୍ତି ଭୁଲ୍‌ ବୋଲି ହାଇକୋର୍ଟ ରାୟରେ ଦର୍ଶାଇଛନ୍ତି। ଅପରପକ୍ଷରେ ଅଦାଲତ ଅବମାନନା ମାମଲାରୁ ଖସିବା ପାଇଁ ପ୍ରଶାସନିକ ଅଧିକାରୀମାନେ ସ୍ୟାଟ୍‌ ଉଚ୍ଛେଦ ପାଇଁ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ଯେଉଁ ଯୁକ୍ତି ରଖାଯାଇଛି, ତାହାକୁ ମଧ୍ୟ ହାଇକୋର୍ଟ ଗ୍ରହଣ କରିନାହାନ୍ତି। ହାଇକୋର୍ଟରେ ଏହିସବୁ ମାମଲାର ଶୁଣାଣିବେଳେ ଯଦି କୌଣସି ଅଧିକାରୀଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ ହୁଏ ତା’ହେଲେ ସେମାନେ ମଧ୍ୟ ଏଠାରେ ସମାନ ଧରଣର ଦଣ୍ଡବିଧାନକୁ ସାମ୍ନା କରିବେ ବୋଲି ହାଇକୋର୍ଟ ରାୟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri