ଅର୍ଥନୈତିକ କରିଡର ଲାଗି ଜମି ଅଧିଗ୍ରହଣ ନିଷ୍ପତ୍ତି

ଛତ୍ରପୁର,୯।୨(ଡି.ଏନ.ଏ) ଗଞ୍ଜାମ ଜିଲାରେ ଟାଟା ଷ୍ଟିଲ୍‌ ପ୍ରକଳ୍ପ ଠାରୁ ଗୋପାଳପୁର ବନ୍ଦର ପର୍ଯ୍ୟନ୍ତ ଅର୍ଥନୈତିକ କରିଡର ନିର୍ମାଣ ଲାଗି ଆବଶ୍ୟକ ହେଉଥିବା ୨୫.୯୨୨ ଏକର ଜମି ଅଧିଗ୍ରହଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ ନିକଟକୁ ଚିଠି ଆସିଛି ା ଇଡ୍‌କୋ ପକ୍ଷରୁ ଏହି ଅର୍ଥନୈତିକ କରିଡର ପ୍ରତିଷ୍ଠା କରାଯିବ ା ଗଞ୍ଜାମ ଜିଲାପାଳଙ୍କ ରିପୋର୍ଟ ଓ ବିଶେଷଜ୍ଞ ଗୋଷ୍ଠୀ ରିପୋର୍ଟକୁ ତର୍ଜମା କରି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଅର୍ଥନୈତିକ କରିଡର ପାଇଁ ଆବଶ୍ୟକ ୨୫.୯୨୨ ଏକର ଜମି ୨ଟି ଗ୍ରାମରୁ ଅଧିଗ୍ରହଣ ହେବ ା ସେଥିମଧ୍ୟରେ ବଡପୁଟି ଗାଁରୁ ୪.୨୭୦ ଏକର ଜମି ଓ ବାସନାପୁଟି ଗାଁରୁ ୨୧.୬୫୨ ଏକର ଜମି ରହିଛି ା ବଡପୁଟି ଗାଁର ୫ଜଣ ଏବଂ ବାସନାପୁଟି ଗାଁର ୧୯ ଜଣଙ୍କ ଜମି ଅଧିଗ୍ରହଣ ହେବ ା ତେବେ ଏହି ପ୍ରକଳ୍ପ ଦ୍ୱାରା କେହି ବିସ୍ଥାପିତ ହେବେନି ବୋଲି କୁହାଯାଇଛି। ଏଥିସହ ଜମି ହରାଉଥିବା ବ୍ୟକ୍ତି ବିଶେଷଙ୍କର ସର୍ବନିମ୍ନ ପ୍ରତିକୂଳ ପ୍ରଭାବ ଓ ଭିତ୍ତିଭୂମିର ପ୍ରୟୋଗ ନିମମେନ୍ତ ଧ୍ୟାନ ଦିଆଯିବ ବୋଲି ସୂଚନା ମିଳିଛି ା ପୂର୍ବରୁ ଅଧିଗ୍ରହଣ ହୋଇଥିବା ଜମିକୁ ଉପଯୋଗ କରାଯାଇନାହିଁ। ଉକ୍ତ ଗ୍ରାମରେ ଜନଶୁଣାଣି ହୋଇଥିବା ଚିଠିରେ ଉଲ୍ଳେଖ ରହିଛି ା ସୂଚନାଯୋଗ୍ୟ, ଜନଶୁଣାଣି ବେଳେ ପ୍ରକଳ୍ପକୁ ସ୍ଥାନୀୟ ଲୋକେ ବିରୋଧ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri