ନିର୍ବାଚନ ଘୋଷଣା ନିଷ୍ପତ୍ତି କମିଶନଙ୍କ ନିଜସ୍ବ ନୁହେଁ: କଂଗ୍ରେସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍‌ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା। ରାଜ୍ୟ ସରକାର ଓ ତାଙ୍କ ବଚସ୍କର ପାଲଟିଥିବା ରାଜ୍ୟ ନିର୍ବାଚନ କମିଶନ୍‌ ଏହି କଳଙ୍କିତ ଅଧ୍ୟାୟର ସୂତ୍ରଧର ବୋଲି କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, ଦେଶରେ କରୋନା ସଂକ୍ରମଣ ଲକ୍ଷେ ୬୮ ହଜାର ଥିବାବେଳେ ରାଜ୍ୟରେ ତାହା ୭୦୭୧। ବିଶେଷଜ୍ଞମାନେ ଏହି ସଂକ୍ରମଣ ଆସନ୍ତା ଫେବୃଆରୀରେ ଶୀର୍ଷରେ ଛୁଇଁବ ବୋଲି ସତର୍କ କରାଇଛନ୍ତି। ବିଜେଡିକୁ ଛାଡ଼ି ରାଜ୍ୟର ସମସ୍ତ ବିରୋଧୀମାନେ ବର୍ତ୍ତମାନ ସମୟରେ ଏହି ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଚାୟତ ନିର୍ବାଚନକୁ ଘୁଞ୍ଚାଇବାକୁ ଦାବି ରଖିଥିଲେ। ମାତ୍ର ନିର୍ବାଚନ କମିଶନ ସେମାନଙ୍କ ଦାବିକୁ କର୍ଣ୍ଣପାତ କଲେନାହିଁ। ନିର୍ବାଚନ ସଂକ୍ରାନ୍ତୀୟ ବିଜ୍ଞପ୍ତି ଜାରିକଲେ। ଏହା ନିର୍ବାଚନ କମିଶନଙ୍କ ନିଜସ୍ବ ନିଷ୍ପତ୍ତି ନୁହେଁ ବୋଲି ସେ କହିଛନ୍ତି। ସୁଦର୍ଶନ ଆହୁରି କହିଛନ୍ତି, ରାଜ୍ୟ ସରକାରଙ୍କ ପ୍ରରୋଚନାରେ ଏହା କରାଯାଇଛି ଯାହା ନିର୍ବାଚନ କମିଶନଙ୍କ ନିରପେକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଚଳିତ ପଞ୍ଚାୟତ ନିର୍ବାଚନରେ ଓ.ବି.ସି. ଓ ଜନଜାତି ସମ୍ପ୍ରଦାୟର ସାମ୍ବିଧାନିକ ଅଧିକାର ପ୍ରତି ହେୟଜ୍ଞାନ କରାଯାଇଛି। ରାଜ୍ୟର ୫୪ ଶତାଂଶ ଲୋକ ଓବିସି ଓ ୨୨.୫ ଶତାଂଶ ଲୋକ ଜନଜାତି ସମ୍ପ୍ରଦାୟର। ଏହି ୨ ବର୍ଗର ଜନ ସମୁଦାୟକୁ ଚଳିତ ପଞ୍ଚାୟତ ନିର୍ବାଚନାରେ ପ୍ରତାରିତ କରାଯାଇଛି। ଆଦିବାସୀଙ୍କୁ ୨୩ଟି ଜିଲା ଓ ୧୯୫ଟି ବ୍ଲକ୍‌ରେ ସରପଞ୍ଚ ପଦବୀ ଓ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ଦିଆଯାଇ ନାହିଁ। ଓ.ବି.ସି. ସଂରକ୍ଷଣ ସଂକ୍ରାନ୍ତରେ ଆସନ୍ତା ୧୭ରେ ସୁପ୍ରିମକୋର୍ଟ ଶୁଣାଣି କରିବେ। ଯଦି ରାଜ୍ୟ ସରକାର ଓ ନିର୍ବାଚନ କମିଶନଙ୍କର ଓବିସି ବର୍ଗର ସାମ୍ବିଧାନିକ ଅଧିକାର ପ୍ରତି ସମ୍ବେଦନଶୀଳତା ଥାଆନ୍ତା, ତେବେ ପଞ୍ଚାୟତ ନିର୍ବାଚନ ବିଜ୍ଞପ୍ତିକୁ ୧୭ ତାରିଖ ପରକୁ ଘୁଞ୍ଚାଇ ଦେଇପାରିଥାଆନ୍ତେ ବୋଲି ସୁଦର୍ଶନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri