ପୂଜା ପାଇଁ ଚାନ୍ଦା ବନ୍ଦ, ବଣ୍ଟାଯିବ ମାସ୍କ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜଧାନୀର ବିଭିନ୍ନ ପୂଜାମଣ୍ଡପଗୁଡ଼ିକରେ ଭକ୍ତଶୂନ୍ୟ ନିରାଡ଼ମ୍ବର ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ଏପରିସ୍ଥିତିରେ ଚଳିତବର୍ଷ ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ କୋଭିଡ୍‌ କଟକଣା ଭିତରେ ନିଆରା ଢଙ୍ଗରେ ପୂଜା ସମ୍ପନ୍ନ କରିବାକୁ ନିଷ୍ପତ୍ତି ନେଇଛି। ଇତିମଧ୍ୟରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଏଥର କାହାଠାରୁ ଚାନ୍ଦା ଗ୍ରହଣ କରାଯିବନି। କରୋନା ଦାଉରୁ ଭକ୍ତଙ୍କୁ ରକ୍ଷା କରିବା ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରାଯିବା ସହ ସ୍ଥାନୀୟ କଲୋନୀରେ ଘରେ ଘରେ ମାସ୍କ ଓ ସାନିଟାଇଜର ବାଣ୍ଟିବାକୁ ନିଷ୍ପତ୍ତି ନିଆଯାଇଛି।
ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀର ଆସୋସିଏଶନ ପକ୍ଷରୁ କୁହାଯାଇଛି ଯେ, ୨୦୦୮ରୁ ସ୍ଥାୟୀ ମଣ୍ଡପରେ ମା’ଙ୍କ ପୂଜା ଓ ମଣ୍ଡପର ପୀଠ ଦେବୀ ପ୍ରତିଦିନ ପୂଜା ପାଆନ୍ତି। ହିନ୍ଦୁ, ମୁସ୍‌ଲିମ୍‌ ଓ ଖ୍ରୀଷ୍ଟିଆନ୍‌ ଆଦି ଧର୍ମର ଲୋକେ ମା’ଙ୍କୁ ପୂଜା କରନ୍ତି। ତିନି ଧର୍ମର ଧାର୍ମିକ ସଙ୍କେତରେ ତୋରଣ ନିର୍ମାଣ କରାଯାଏ। କିନ୍ତୁ ଚଳିତବର୍ଷ ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁସାରେ କେବଳ ବୈଦିକ ବିଧିବିଧାନ ପାଳନ ପୂର୍ବକ ମଣ୍ଡପରେ ପୂଜାକାର୍ଯ୍ୟ ହେବ। ଶେଷ ପର୍ଯ୍ୟନ୍ତ ସର୍ବସାଧାରଣ ବାରଣ ପାଇଁ ସାମ୍ନାରେ କପଡ଼ା ଟଙ୍ଗା ହୋଇ ପୂଜା କାର୍ଯ୍ୟ ସମାପନ କରାଯିବ ଓ ମଣ୍ଡପ ପାର୍ଶ୍ୱରେ ଅସ୍ଥାୟୀ ପୁଷ୍କରିଣୀ କରାଯାଇ ଭସାଣି କରାଯିବ। ଷଷ୍ଠୀରୁ ଦଶମୀ ପର୍ଯ୍ୟନ୍ତ ପୂଜାମଣ୍ଡପ ଓ ପୂଜାମଣ୍ଡପର ଚତୁଃପାର୍ଶ୍ୱକୁ ବିଶୋଧନ କରାଯିବ। ପୂଜାମଣ୍ଡପ ସମ୍ମୁଖରେ ମାସ୍କ ଓ ସାନିଟାଇଜର ମହଜୁଦ ରଖାଯିବ। ଷଷ୍ଠୀରୁ ଭସାଣି ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ସକାଳେ କଲୋନୀ ବିଶୋଧନସହ ସମସ୍ତ ରାସ୍ତାକୁ ସଫେଇ କରାଯିବ। କଲୋନୀରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ସହ ମାଗଣା ମାସ୍କ, ସାନିଟାଇଜର ଓ ଚାରା ବଣ୍ଟନ କରାଯିବ। ସମସ୍ତ ଭକ୍ତ ଘରେ ରହି ପ୍ରଚାର ପତ୍ରରେ ପୂଜା କାର୍ଯ୍ୟସୂଚୀ ଅନୁଯାୟୀ ପୂଜା ଓ ବ୍ରତ କରିବା ସହିତ ଘର ଆଗରେ ୬ଷ୍ଠୀରୁ ଦଶମୀ ପର୍ଯ୍ୟନ୍ତ ଏକ ପୂର୍ଣ୍ଣ କଳଶ ବସାଇବା ପାଇଁ ଆସୋସିଏଶନ ପକ୍ଷରୁ କଲୋନୀବାସୀଙ୍କୁ ନିବେଦନ କରାଯାଇଛି। ଏହି ସମ୍ମିଳନୀରେ ସାଧାରଣ ସମ୍ପାଦକ ସରୋଜକାନ୍ତ ମଲ୍ଲିକ, ସଭାପତି ପ୍ରକାଶଚନ୍ଦ୍ର ବିଜୁଳି, ଉପସଭାପତି ଖଗେଶ୍ୱର ଖଣ୍ଡାୟତରାୟ, ସହସମ୍ପାଦକ ଜଗବନ୍ଧୁ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri