Posted inରାଜ୍ୟ

ବଦଳିଲା ସ୍କୁଲ ମିଶ୍ରଣ ନିଷ୍ପତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ)- ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି ୧୫ରୁ କମ୍‌ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟ ସହ ମିଶ୍ରଣ କରିବାକୁ ନିଷ୍ପତ୍ତି ହୋଇଛି। ସିଡ୍ୟୁଲ ଏରିଆ ବା ଅନୁସୂଚିତ ଅଞ୍ଚଳ ପାଇଁ ଏହି ବ୍ୟବସ୍ଥା କରାଯିବ। ପୂର୍ବରୁ ୨୦୧୩ ନୂଆ ନିୟମ ଅନୁସାରେ ନନ୍‌ ସିଡ୍ୟୁଲ ଅଞ୍ଚଳରେ ୪୦ ପିଲା ଓ ସିଡ୍ୟୁଲ ଅଞ୍ଚଳରେ ୨୫ପିଲାରୁ କମ୍‌ଥିଲେ ସ୍କୁଲ ବନ୍ଦ ହୋଇପାରିବାର ବ୍ୟବସ୍ଥା ରହିଥିଲା। ଓଡ଼ିଶାର ସିଡ୍ୟୁଲ ଏରିଆରେ ଏଭଳି ପାଖାପାଖି ୩ ହଜାର ସ୍କୁଲ ରହିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ରାଜ୍ୟରେ ୧୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ ବନ୍ଦ ହେବା ନିଷ୍ପତ୍ତିକୁ ବିରୋଧୀ କଡ଼ା ସମାଲୋଚନା କରିବା ପରେ ରବିବାର ଗୃହରେ ବିବୃ୍‌ତ୍ତି ରଖି ସ୍କୁଲ ମିଶ୍ରଣ ସପକ୍ଷରେ ମନ୍ତ୍ରୀ ଦାଶ ସଫେଇ ଦେଇଥିଲେ। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏକତ୍ରୀକରଣ ପ୍ରକ୍ରିୟାରେ ସ୍ଥାନାନ୍ତରଣ ବାବଦକୁ ବିଦ୍ୟାର୍ଥୀଙ୍କୁ ୩ ହଜାର ଟଙ୍କା ଲେଖାଏ ଏକକାଳୀନ ରାଶି ପ୍ରଦାନ କରାଯିବ। ଏହାବାଦ ଶିକ୍ଷା ଅଧିକାର ଆଇନ ଅନୁସାରେ ଏସ୍କର୍ଟ ଆଲାଉନ୍ସ ବାବଦକୁ ମାସିକ ୬୦୦ ଟଙ୍କା ଲେଖାଏ ଦେବାର ବ୍ୟବସ୍ଥା ରହିଥିବା ମନ୍ତ୍ରୀ ଗୃହରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri