୧୮ ହଜାର ମନ୍ଦିର ଖୋଲିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଶ୍ରୀମନ୍ଦିର ସହ ରାଜ୍ୟରେ ଅନ୍ୟାନ୍ୟ ମନ୍ଦିର ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଗତ ସୋମବାର ନିଷ୍ପତ୍ତି ନିଆଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୋମବାର ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ମୋଡାଲିଟି ଫିକ୍ସ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିଶନର। ତେବେ ମନ୍ଦିର ଖୋଲିବା ପାଇଁ କମିଶନ କେତେକ ନିୟମ ନିର୍ଦ୍ଧାରଣ କରିଥିବାବେଳେ କୋଭିଡ୍‌ ଗାଇଡ୍‌ଲାଇନ କଡ଼ାକଡ଼ି ପାଳନ କରିବାକୁ ଉଲ୍ଲେଖ କରିଛନ୍ତି। ସେପଟେ ରାଜ୍ୟର ବିଭିନ୍ନ ଜିଲାରେ ଥିବା ଧର୍ମାନୁଷ୍ଠାନଗୁଡ଼ିକୁ ଖୋଲିବା ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାରେ ଧର୍ମାନୁଷ୍ଠାନ ଖୋଲିବ କି ନାହିଁ, ସେ ନିଷ୍ପତ୍ତି ଜିଲାପାଳମାନେ ନେଇପାରିବେ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି।
କରୋନା କଟକଣା ମଧ୍ୟରେ ମନ୍ଦିର ଖୋଲିବାକୁ ଦେବୋତ୍ତର କମିଶନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ରକ୍ଷା କରି ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବ। ମନ୍ଦିର ପରିସରକୁ ବାରମ୍ବାର ବିଶୋଧନ କରାଯିବା ସହ ମନ୍ଦିର ଦ୍ୱାର ସାନିଟାଇଜ୍‌ ହେବ। ସେହିଭଳି ମନ୍ଦିର ମଧ୍ୟକୁ ଏକକାଳୀନ ଭକ୍ତଙ୍କ ପ୍ରବେଶକୁ ବାରଣ କରାଯିବ। ପୂଜାର୍ଚ୍ଚନା ନ କରି ଭକ୍ତମାନେ କେବଳ ଠାକୁରଙ୍କୁ ଦର୍ଶନ କରିପାରିବେ। ବାଡ଼ ପୂଜା କରିବାକୁ କମିଶନ ବାରଣ କରିଛନ୍ତି। ଏଥିସହ ମନ୍ଦିରରେ ପ୍ରବେଶ ପୂର୍ବରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏହି କଟକଣାକୁ ମାନି ମନ୍ଦିର ଖୋଲାଯାଇ ପାରିବ ବୋଲି ଦେବୋତ୍ତର କମିଶନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। କଟକଣା ନ ମାନିଲେ ମନ୍ଦିର ଖୋଲିବ ନାହିଁ। ହେଲେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ରାଜ୍ୟ ସରକାର ନେବେ ବୋଲି ଦେବୋତ୍ତର ନିରୀକ୍ଷକ ନିରୋଜ ଛୋଟରାୟ ସୂଚନା ଦେଇଥିଲେ। ଏବେ ରାଜ୍ୟ ସରକାର ଏହାକୁ ଅନୁମତି ପ୍ରଦାନ କରିଛନ୍ତି। ମୁଖ୍ୟ ଶାସନ ସଚିବ ତ୍ରିପାଠୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି ଯେ, ସ୍ଥାନୀୟ ମନ୍ଦିର ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କ ହାତରେ ରହିଛି। ଷ୍ଟେକ୍‌ ହୋଲ୍ଡରଙ୍କ ସହ ଆଲୋଚନା ଏବଂ ସ୍ବତନ୍ତ୍ର ଏସ୍‌ଓପି ଜାରି କରିବା ପରେ ମନ୍ଦିର ଖୋଲିବାକୁ ଜିଲାପାଳମାନେ ନିର୍ଦ୍ଦେଶ ଦେଇପାରିବେ। ବିଭିନ୍ନ ଜିଲାର ଧର୍ମପୀଠଗୁଡ଼ିକ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ତ୍ରିପାଠୀ ସୂଚନା ଦେଇଛନ୍ତି।
ସେପଟେ ଶ୍ରୀମନ୍ଦିର ଖୋଲିବା ପାଇଁ ମଧ୍ୟ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ମନ୍ଦିର ଖୋଲିବା ପରେ ଠାକୁର ଦର୍ଶନ ସମୟରେ କୋଭିଡ୍‌ କଟକଣାକୁ କଡ଼ାକଡ଼ି ପାଳନ କରାଯିବ। ପ୍ରାୟ ୯ ମାସ ପରେ ରାଜ୍ୟର ସମସ୍ତ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଯାଉଥିବାରୁ ଏହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri