ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ କରି ଜିଲାପାଳ ବିକ୍ରି କରିଦେଇଥିବା ନେଇ ଯେଉଁ ଅଭିଯୋଗ ଉଠୁଛି ତାହା ଠିକ୍‌ ନୁହେଁ ବୋଲି ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ କହିଛନ୍ତି। ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ ଅତିରିକ୍ତ ଜିଲାପାଳ କହିଛନ୍ତି, ବଗଲା ଧର୍ମଶାଳା ବିକ୍ରି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ହୋଇଛି। ସେହିପରି ଲଜିଂ ହାଉସ୍‌ ଫଣ୍ଡ୍‌ କମିଟି ଆକ୍ଟ ୨୦୧୮ ସେପେ୍‌ଟମ୍ବରରେ ଉଚ୍ଛେଦ ହୋଇଯାଇଛି। ଏତଦ୍‌ବ୍ୟତୀତ ଶ୍ରୀମନ୍ଦିରର ୭୫ମିଟର ଚୌହଦି ଉଚ୍ଛେଦ ପ୍ରକ୍ରିୟାରେ ସହଯୋଗ କରିଥିବା ଲଜ୍‌ ମାଲିକଙ୍କ ପାଇଁ ବଡ଼ଦାଣ୍ଡରେ ଜାଗା ଦେବାକୁ ହିିଁ ବଗଲା ଧର୍ମଶାଳା ଜମିକୁ ବଛାଯାଇଥିଲା। ତେଣୁ ସେହି ମାଲିକମାନଙ୍କୁ ଧର୍ମଶାଳା ଜମି ବିକ୍ରି କବଲା କରାଯାଇଛି ବୋଲି ଦାଶ କହିଛନ୍ତି।
ଅନ୍ୟପକ୍ଷରେ ବଗଲା ଧର୍ମଶାଳା ଜମି ସଂକ୍ରାନ୍ତରେ ନିଷ୍ପତ୍ତିର ପୁନର୍ବିିଚାର ହେବା ଦରକାର ବୋଲି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି କହିଛନ୍ତି। ବଡ଼ଦାଣ୍ଡରେ ଥିବା ଏହି ଏକମାତ୍ର ସରକାରୀ ଧର୍ମଶାଳା ବହୁ ଦଶନ୍ଧି ଧରି ଗରିବ ଓ ନିମ୍ନ ମଧ୍ୟବିତ୍ତ ଭକ୍ତ ଏବଂ ଯାତ୍ରୀଙ୍କୁ ସେବା ଯୋଗାଇ ଆସୁଥିଲା। ତେଣୁ ଏହାର ପୁନର୍ବିିଚାର କରାଯାଉ ବୋଲି ମହେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri