ଡିଗ୍ରୀ କଲେଜର ଏକାଡେମିକ୍‌ ଅଡିଟ୍‌ ହେବ

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ରାଜ୍ୟରେ ଖୁବ୍‌ଶୀଘ୍ର ଡିଗ୍ରୀ କଲେଜରେ ଏକାଡେମିକ୍‌ ଅଡିଟ୍‌ ଆରମ୍ଭ ହେବ। ସରକାରୀ, ଅନୁଦାନପ୍ରାପ୍ତ କଲେଜ ସମେତ ସ୍ବୟଂଶାସିତ କଲେଜଗୁଡ଼ିକରେ ଏହି ଅଡିଟ୍‌ କରାଯାଇ ୩ ମାସ(ଏପ୍ରିଲ ଶେଷ ସୁଦ୍ଧା) ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମୋଟ ୪ଟି ପର୍ଯ୍ୟାୟରେ ଅଡିଟ୍‌ ହେବ। ଏଥିପାଇଁ ସ୍ବତନ୍ତ୍ର ୬ଟି ସ୍କ୍ବାଡ୍‌ ଗଠନ କରାଯାଇଛି। ଅଡିଟ୍‌ରେ କଲେଜର ଭିତ୍ତିଭୂମି ଓ ଗୁଣାତ୍ମକ ଶିକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ। ଯଦି କୌଣସି କଲେଜରେ ଶୈକ୍ଷିକ ପରିବେଶ ନ ଥିବ ବା ଛାତ୍ରୀଛାତ୍ରମାନେ ଗୁଣାତ୍ମକ ଶିକ୍ଷା ପାଇବାରୁ ବଞ୍ଚତ୍ତ ହେଉଥିବେ ତେବେ ସମ୍ପୃକ୍ତ କଲେଜ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅଡିଟ୍‌ରେ ମୋଟ୍‌ ୧୦୦ ମାର୍କ ରହିବ। ୫୦ପ୍ରତିଶତ ତଳକୁ ମାର୍କ ରହିଲେ ସେହି କଲେଜଗୁଡ଼ିକ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରେସିଡେନ୍ସିଆଲ କଲେଜ ହୋଇଥିଲେ ସଙ୍ଗେ ସଙ୍ଗେ ସ୍ବୀକୃତି ବାତିଲ କରାଯିବ। ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅଡିଟ୍‌ରେ କଲେଜଗୁଡିକର ଯାଞ୍ଚ ସାଙ୍ଗକୁ ଉଭୟ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମତାମତ ମଧ୍ୟ ସଂଗ୍ରହ କରାଯିବ।
ସମସ୍ତ କଲେଜରେ ପାଠପଢ଼ା ଆରମ୍ଭ, ପରୀକ୍ଷା ପରିଚାଳନା, ଫଳ ପ୍ରକାଶ ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କରିବାକୁ ଏକାଡେମିକ୍‌ କ୍ୟାଲେଣ୍ଡର ହୋଇଥିଲେ ମଧ୍ୟ କିଛି କଲେଜରେ ନିର୍ଦ୍ଧାରିତ ସମୟରେ ପାଠପଢ଼ା ସରି ନ ଥାଏ। ଏପରି ସମସ୍ୟା ଲାଗି ପିଲା ଭଲ ମାର୍କ ରଖିବାରେ ସମସ୍ୟା ହେଉଥିବା ଅଭିଯୋଗ ହୋଇଥାଏ। ତେବେ ଅଡିଟ୍‌ ଯାଞ୍ଚ ସମୟରେ ଏଭଳି ଅଭିଯୋଗକୁ ମଧ୍ୟ ଗୁରୁତ୍ୱ ଦିଆଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ବିଶେଷକରି ଯୁକ୍ତ୩ କଳା, ବିଜ୍ଞାନ, ବାଣିଜ୍ୟରେ ଉଭୟ ପାସ୍‌ ଓ ଅନର୍ସରେ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଓ ଭିତ୍ତିଭୂମିକୁ ଉନ୍ନତ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଉଛି।
ସୂଚନାଯୋଗ୍ୟ, ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଯେପରି ସବୁ ବର୍ଗର ଛାତ୍ରୀଛାତ୍ର ସମାନ ସୁବିଧା, ସୁଯୋଗ ପାଇବେ ସେଥିଲାଗି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ, ଅନୁଦାନପ୍ରାପ୍ତ କଲେଜରେ କିପରି ପିଲାମାନେ ପଢ଼ିବା ସହ ଉତ୍ତମ ଶୈକ୍ଷିକ ପରିବେଶ ପାଇବେ, ସେଥିଲାଗି ଜିଲାୱାରି ସମସ୍ତ ଡିଗ୍ରୀ କଲେଜର ବ୍ୟବସ୍ଥାକୁ ଯାଞ୍ଚ କରାଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri