ଡିଗ୍ରୀ କଲେଜର ଏକାଡେମିକ୍‌ ଅଡିଟ୍‌ ହେବ

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ରାଜ୍ୟରେ ଖୁବ୍‌ଶୀଘ୍ର ଡିଗ୍ରୀ କଲେଜରେ ଏକାଡେମିକ୍‌ ଅଡିଟ୍‌ ଆରମ୍ଭ ହେବ। ସରକାରୀ, ଅନୁଦାନପ୍ରାପ୍ତ କଲେଜ ସମେତ ସ୍ବୟଂଶାସିତ କଲେଜଗୁଡ଼ିକରେ ଏହି ଅଡିଟ୍‌ କରାଯାଇ ୩ ମାସ(ଏପ୍ରିଲ ଶେଷ ସୁଦ୍ଧା) ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମୋଟ ୪ଟି ପର୍ଯ୍ୟାୟରେ ଅଡିଟ୍‌ ହେବ। ଏଥିପାଇଁ ସ୍ବତନ୍ତ୍ର ୬ଟି ସ୍କ୍ବାଡ୍‌ ଗଠନ କରାଯାଇଛି। ଅଡିଟ୍‌ରେ କଲେଜର ଭିତ୍ତିଭୂମି ଓ ଗୁଣାତ୍ମକ ଶିକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ। ଯଦି କୌଣସି କଲେଜରେ ଶୈକ୍ଷିକ ପରିବେଶ ନ ଥିବ ବା ଛାତ୍ରୀଛାତ୍ରମାନେ ଗୁଣାତ୍ମକ ଶିକ୍ଷା ପାଇବାରୁ ବଞ୍ଚତ୍ତ ହେଉଥିବେ ତେବେ ସମ୍ପୃକ୍ତ କଲେଜ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅଡିଟ୍‌ରେ ମୋଟ୍‌ ୧୦୦ ମାର୍କ ରହିବ। ୫୦ପ୍ରତିଶତ ତଳକୁ ମାର୍କ ରହିଲେ ସେହି କଲେଜଗୁଡ଼ିକ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରେସିଡେନ୍ସିଆଲ କଲେଜ ହୋଇଥିଲେ ସଙ୍ଗେ ସଙ୍ଗେ ସ୍ବୀକୃତି ବାତିଲ କରାଯିବ। ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅଡିଟ୍‌ରେ କଲେଜଗୁଡିକର ଯାଞ୍ଚ ସାଙ୍ଗକୁ ଉଭୟ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମତାମତ ମଧ୍ୟ ସଂଗ୍ରହ କରାଯିବ।
ସମସ୍ତ କଲେଜରେ ପାଠପଢ଼ା ଆରମ୍ଭ, ପରୀକ୍ଷା ପରିଚାଳନା, ଫଳ ପ୍ରକାଶ ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କରିବାକୁ ଏକାଡେମିକ୍‌ କ୍ୟାଲେଣ୍ଡର ହୋଇଥିଲେ ମଧ୍ୟ କିଛି କଲେଜରେ ନିର୍ଦ୍ଧାରିତ ସମୟରେ ପାଠପଢ଼ା ସରି ନ ଥାଏ। ଏପରି ସମସ୍ୟା ଲାଗି ପିଲା ଭଲ ମାର୍କ ରଖିବାରେ ସମସ୍ୟା ହେଉଥିବା ଅଭିଯୋଗ ହୋଇଥାଏ। ତେବେ ଅଡିଟ୍‌ ଯାଞ୍ଚ ସମୟରେ ଏଭଳି ଅଭିଯୋଗକୁ ମଧ୍ୟ ଗୁରୁତ୍ୱ ଦିଆଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ବିଶେଷକରି ଯୁକ୍ତ୩ କଳା, ବିଜ୍ଞାନ, ବାଣିଜ୍ୟରେ ଉଭୟ ପାସ୍‌ ଓ ଅନର୍ସରେ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଓ ଭିତ୍ତିଭୂମିକୁ ଉନ୍ନତ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଉଛି।
ସୂଚନାଯୋଗ୍ୟ, ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଯେପରି ସବୁ ବର୍ଗର ଛାତ୍ରୀଛାତ୍ର ସମାନ ସୁବିଧା, ସୁଯୋଗ ପାଇବେ ସେଥିଲାଗି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ, ଅନୁଦାନପ୍ରାପ୍ତ କଲେଜରେ କିପରି ପିଲାମାନେ ପଢ଼ିବା ସହ ଉତ୍ତମ ଶୈକ୍ଷିକ ପରିବେଶ ପାଇବେ, ସେଥିଲାଗି ଜିଲାୱାରି ସମସ୍ତ ଡିଗ୍ରୀ କଲେଜର ବ୍ୟବସ୍ଥାକୁ ଯାଞ୍ଚ କରାଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri