ଭୁବନେଶ୍ୱର, ୧୦।୮(ଅସମାପିକା ସାହୁ)ରାଜ୍ୟରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଏବଂ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନଗୁଡ଼ିକରେ ଉପଲବ୍ଧ ଭିତ୍ତିଭୂମିର ମୂଲ୍ୟାୟନ କରାଯିବ। ଶିକ୍ଷାର ଗୁଣାତ୍ମକ ମାନ ଏବଂ କ୍ୟାମ୍ପସରେ ସୁବିଧା ବଜାୟ ରଖିବା ତଥା ବୃଦ୍ଧି କରିବା ଉପରେ ଗୁରୁତ୍ୱ ଦେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ଶିକ୍ଷାନୁଷ୍ଠାନରେ ଉପଲବ୍ଧ ଥିବା ଭିତ୍ତିଭୂମି, ଆବଶ୍ୟକ ଉନ୍ନତୀକରଣ, ସମ୍ଭାବ୍ୟ ଆହ୍ବାନ ଏବଂ ସୁଯୋଗ ସମ୍ପର୍କରେ ଜାଣିବା ଏହି ମୂଲ୍ୟାୟନର ଉଦ୍ଦେଶ୍ୟ।ଏହାଦ୍ବାରା ଛାତ୍ରୀଛାତ୍ରଙ୍କ ପାଇଁ ସାମଗ୍ରିକ ଶିକ୍ଷଣ ସୁବିଧା ଓ କ୍ୟାମ୍ପସଗୁଡ଼ିକରେ ଶୈକ୍ଷିକ ପରିବେଶ ବୃଦ୍ଧି ପାଇଁ ଯୋଜନା ପ୍ରସ୍ତୁତ ହୋଇପାରିବ। ଏହାକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନର ଗଭର୍ନିଂ ବଡି ବା ପରିଚାଳନା କମିଟି ସହିତ ଅଧ୍ୟକ୍ଷମାନେ କଲେଜରେ ଉପଲବ୍ଧ ଥିବା ଭିତ୍ତିଭୂମିର ମୂଲ୍ୟାୟନ କରିବେ। ଏଥିସହ କିଛି ମୌଳିକ ଆବଶ୍ୟକତା ଥିଲେ ଗୁଗଲ୍ ସିଟ୍ ଫର୍ମାଟ୍ରେ ତାହା ଜଣାଇବେ। ଆସନ୍ତା ୧୪ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ ସୂଚନା ଗୁଗଲ୍ ସିଟ୍ରେ ଦାଖଲ କରିବାକୁ ବୁଧବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଡିଗ୍ରୀ କଲେଜ ଏବଂ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

