Posted inଜାତୀୟ

ଗଣତନ୍ତ୍ରକୁ ତା’ ବାଟରେ ଯିବାକୁ ଦିଆଯାଉ

ନୂଆଦିଲ୍ଲୀ,୫ା୪: ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ହୋଇଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଗୁରୁବାର ତୃତୀୟ ଥର ପାଇଁ ଖାରଜ କରିଦେଇଛନ୍ତି। ଗଣତନ୍ତ୍ରକୁ ତା’ ବାଟରେ ଯିବାକୁ ଦିଆଯାଉ ବୋଲି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ମନମୋହନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଉଲ୍ଲେଖନୀୟ ଟିପ୍ପଣୀ ଦେଇଛନ୍ତି। ଜାତୀୟ ସ୍ବାର୍ଥ ଆଗରେ ବ୍ୟକ୍ତିଗତ ସ୍ବାର୍ଥ ଗୌଣ ବୋଲି ହାଇକୋର୍ଟ କହିଛନ୍ତି। ଆମେ ଆଇନର ଅଦାଲତ ହୋଇଥିବାରୁ ଆମକୁ ଆଇନ ଅନୁଯାୟୀ ଯିବାକୁ ହେବ। ଆପଣଙ୍କର ଉପଚାର ଏଠାରେ ନାହିଁ, ଅନ୍ୟ କେଉଁଠି ରହିଛି। ଆପଣ ଉପଯୁକ୍ତ ଫୋରମକୁ ଯାଆନ୍ତୁ ବୋଲି ଖଣ୍ଡପୀଠ ଆବେଦନକାରୀଙ୍କୁ କହିଥିଲେ।
କେଜ୍‌ରିଓ୍ବାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ବାଦ୍‌ ଦେବାକୁ ଅନୁରୂପ ଏକ ପିଟିଶନକୁ ନିକଟରେ ଉକ୍ତ ଖଣ୍ଡପୀଠ ଖାରଜ କରିଥିଲେ। ଏହା ଉପରେ କୌଣସି ଭିନ୍ନ ମତାମତ ନିଆଯାଇପାରିବ ନାହିଁ। ଏହି ପ୍ରସଙ୍ଗରେ ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିବା ପରେ ଆବେଦନକାରୀ ହିନ୍ଦୁ ସେନାର ବିଷ୍ଣୁ ଗୁପ୍ତାଙ୍କ ଓକିଲ କହିଥିଲେ, ଆବେଦନ ପ୍ରତ୍ୟାହାର କରିନେବା ଲାଗି ତାଙ୍କୁ ନିର୍ଦ୍ଦେଶ ମିଳିଛି। ଉକ୍ତ ଆବେଦନ ନେଇ ସେ ଉପରାଜ୍ୟପାଳଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ୍‌ ଗିରଫ ହେବା ସତ୍ତ୍ୱେ ନିଜ ପଦରୁ ଇସ୍ତଫା ନ ଦେଇ ଜେଲରୁ ସରକାର ଚଳାଉଛନ୍ତି। ଜେଲରୁ ସରକାର ଚଳାଇବା ସହଜ ନ ହେଲେ ମଧ୍ୟ ଜଣେ ଗିରଫ ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବା ପାଇଁ ସମ୍ବିଧାନରେ କୌଣସି ବ୍ୟବସ୍ଥା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?