ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…

ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି ଜୋର ଧରିଛି । ଏହି ଦୁଇ ଛକ ଦେଇ ଦୈନଦିନ ଶହ ଶହ ସ୍କୁଲ ଛାତ୍ରୀଛାତ୍ର ଯାତାୟାତ କରୁଛନ୍ତି । ଏଥିସହ ଗଞ୍ଜାମ ବାଇପାସ ଦେଇ ଗ୍ରାସୀମ କମ୍ପାନୀକୁ ଶହ ଶହ କର୍ମଚାରୀ ଯିବା ଆସିବା କରନ୍ତି । ଉଭୟ ପଟରୁ ହଜାର ହଜାର ଟ୍ରକ୍‌ ବସ୍‌ ଯିବା ଆସିବା କରୁଛନ୍ତି । ଏଥିପାଇଁ ଅଧିକାଂଶ ସମୟରେ ଉଭୟ ଛକ ଠାରେ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ନାଜିର ରହିଛି । ଗତ କିଛି ଦିନ ତଳେ ଜୟଶ୍ରୀ ଛକଠାରେ ଗୋଟେ ଅଟୋ ରୋଡ଼ ପାସ୍‌ କରୁଥିବା ସମୟରେ ଟ୍ରକ ଧକ୍କା ଦେଇଥିଲା । ସେହିପରି ଶନି ମନ୍ଦିର ଛକଠାରେ ମଧ୍ୟ ଜଣେ ବାଇକ ଆରୋହୀକୁ ଟ୍ରକ୍‌ ଧକ୍କା ଦେଇ ଦ୍ରୁତ ଗତିରେ ଚାଲି ଯାଇଥିଲା । ଏଥିପାଇଁ ଦୁଇ ଛକରେ ଓଭର ବ୍ରିଜ ନିର୍ମାଣ ପାଇଁ ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକ ବିନୋଦ ମହାପାତ୍ର ଜିଲା ପ୍ରଶାସନକୁ ଅନୁରୋଧ କରିଛନ୍ତି । ଗଞ୍ଜାମ ସହର ବାସୀଙ୍କ ବୃହତ ସ୍ବାର୍ଥ ଦୃଷ୍ଟିରୁ ଏଠାରେ ଓଭର ବ୍ରିଜ ନିର୍ମାଣ ହେବାର ଆବଶ୍ୟକତା ରହିଛି ବୋଲି ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀ ଦାବି କରିଛନ୍ତି । ପ୍ରଶାସନ ଯଦି ଏଥିପ୍ରତି ଦୃଷ୍ଟି ନ ଦିଅନ୍ତି ତା’ହେଲେ ସହରବାସୀଙ୍କ ପକ୍ଷରୁ ଶାନ୍ତି ପୂର୍ଣ୍ଣ ଆନ୍ଦୋଳନ କରାଯିବ ବୋଲି ମଧ୍ୟ ଶୁଣିବାକୁ ମିଳିଛି । ଅନ୍ୟପଟେ ଉଭୟ ଛକରେ ଓଭର ବ୍ରିଜ ନିର୍ମାଣ ପାଇଁ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଯୁବ ସ୍ବେଚ୍ଛାସେବୀ ପାଢ଼ୀ ଗଣମାଧ୍ୟମକୁ କହିଛନ୍ତି ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri