ଆନନ୍ଦପୁରକୁ ଜିଲା ଘୋଷଣା ଦାବି ଜୋର୍‌ ଧରିଲା

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡକୁ ଜିଲା ଦାବିରେ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଘଣ୍ଟିଆ ଗଣଧାରଣା ଦିଆଯାଇଥିଲା। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ୧୯୯୩ ବିଭକ୍ତିକରଣ କରାଯାଇ ନୂତନ ଭାବେ ୧୭ ଜିଲା ଗଠନ କରାଯାଇଥିବାବେଳେ କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡକୁ ଉପେକ୍ଷା କରାଯାଇଥିଲା। ଆନନ୍ଦପୁର ଉପଖଣ୍ଡର ସୀମାବର୍ତ୍ତୀ ଅଞ୍ଚଳର ଜିଲା ସଦରମହକୁମାକୁ ୧୫୦ କି.ମି. ଦୂରତା ହୋଇଥିବାରୁ ଲୋକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏପରିକି ଆନନ୍ଦପୁର ଜନସାଧାରଣ ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟକୁ ନେଇ ଜିଲା ସଦରମହକୁମା ଅପେକ୍ଷା ଉପକୂଳ ଜିଲା ଉପରେ ନିର୍ଭର କରିଆସୁଛନ୍ତି। ଆନନ୍ଦପୁର ଉପଖଣ୍ଡ ଭୌଗୋଳିକ, ଭାଷାଗତ, ପରମ୍ପରାଗତ, ସାଂସ୍କୃତିକ, ସାମାଜିକ ତଥା ରୀତିନୀତି ଦୃଷ୍ଟିରୁ କେନ୍ଦୁଝରଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଏହା ସହିତ ଆନନ୍ଦପୁରର ଜନସାଧାରଣ ଜିଲା ପ୍ରଶାସନିକ ସେବା ଉପଲବ୍ଧି କରିବାରେ ଶାରୀରିକ, ଆର୍ଥିକ ତଥା ମାନସିକ ଭାବେ ଅବହେଳା ହୋଇଆସୁଛି। ଆନନ୍ଦପୁର ଉପଖଣ୍ଡର ଭୌଗୋଳିକ ସ୍ଥିତିକୁ ତର୍ଜମା କରାଯାଇ ୨୦୧୮-୧୯ରେ ଅତିରିକ୍ତ ୪ଟି ଜିଲା ମାନ୍ୟତା ପାଇବାକୁ ନେଇ ତପତ୍ରତା ପ୍ରକାଶ ପାଇଥିଲା। ଏହି ୪ଟି ଜିଲା ମଧ୍ୟରେ ଆନନ୍ଦପୁରର ନାମ ସର୍ବାଗ୍ରେ ରହିଥିଲା। ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ଏହି ଜିଲା ମାନ୍ୟତା କେବଳ ଫାଇଲରେ ପଡ଼ିରହିଥିଲା। ଯାହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗିରହିଥିଲା। ଚଳିତ ୨୦୨୨ ପଦ୍ମପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ଜିଲା ସଂଖ୍ୟା ବୃଦ୍ଧି ପ୍ରସଙ୍ଗ ଉପସ୍ଥାପନ ହେବା ପରେ ଆନନ୍ଦପୁରବାସୀଙ୍କ ମଧ୍ୟରେ ତତ୍ପରତା ବୃଦ୍ଧି ପାଇବା ସହିତ ଏହାକୁ କାର୍ଯ୍ୟକାରୀ କରିବା ଦିଗରେ ଅଣ୍ଟା ଭିଡ଼ିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?