ଆନନ୍ଦପୁରକୁ ଜିଲା ଘୋଷଣା ଦାବି ଜୋର୍‌ ଧରିଲା

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡକୁ ଜିଲା ଦାବିରେ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଘଣ୍ଟିଆ ଗଣଧାରଣା ଦିଆଯାଇଥିଲା। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ୧୯୯୩ ବିଭକ୍ତିକରଣ କରାଯାଇ ନୂତନ ଭାବେ ୧୭ ଜିଲା ଗଠନ କରାଯାଇଥିବାବେଳେ କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡକୁ ଉପେକ୍ଷା କରାଯାଇଥିଲା। ଆନନ୍ଦପୁର ଉପଖଣ୍ଡର ସୀମାବର୍ତ୍ତୀ ଅଞ୍ଚଳର ଜିଲା ସଦରମହକୁମାକୁ ୧୫୦ କି.ମି. ଦୂରତା ହୋଇଥିବାରୁ ଲୋକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏପରିକି ଆନନ୍ଦପୁର ଜନସାଧାରଣ ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟକୁ ନେଇ ଜିଲା ସଦରମହକୁମା ଅପେକ୍ଷା ଉପକୂଳ ଜିଲା ଉପରେ ନିର୍ଭର କରିଆସୁଛନ୍ତି। ଆନନ୍ଦପୁର ଉପଖଣ୍ଡ ଭୌଗୋଳିକ, ଭାଷାଗତ, ପରମ୍ପରାଗତ, ସାଂସ୍କୃତିକ, ସାମାଜିକ ତଥା ରୀତିନୀତି ଦୃଷ୍ଟିରୁ କେନ୍ଦୁଝରଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଏହା ସହିତ ଆନନ୍ଦପୁରର ଜନସାଧାରଣ ଜିଲା ପ୍ରଶାସନିକ ସେବା ଉପଲବ୍ଧି କରିବାରେ ଶାରୀରିକ, ଆର୍ଥିକ ତଥା ମାନସିକ ଭାବେ ଅବହେଳା ହୋଇଆସୁଛି। ଆନନ୍ଦପୁର ଉପଖଣ୍ଡର ଭୌଗୋଳିକ ସ୍ଥିତିକୁ ତର୍ଜମା କରାଯାଇ ୨୦୧୮-୧୯ରେ ଅତିରିକ୍ତ ୪ଟି ଜିଲା ମାନ୍ୟତା ପାଇବାକୁ ନେଇ ତପତ୍ରତା ପ୍ରକାଶ ପାଇଥିଲା। ଏହି ୪ଟି ଜିଲା ମଧ୍ୟରେ ଆନନ୍ଦପୁରର ନାମ ସର୍ବାଗ୍ରେ ରହିଥିଲା। ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ଏହି ଜିଲା ମାନ୍ୟତା କେବଳ ଫାଇଲରେ ପଡ଼ିରହିଥିଲା। ଯାହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗିରହିଥିଲା। ଚଳିତ ୨୦୨୨ ପଦ୍ମପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ଜିଲା ସଂଖ୍ୟା ବୃଦ୍ଧି ପ୍ରସଙ୍ଗ ଉପସ୍ଥାପନ ହେବା ପରେ ଆନନ୍ଦପୁରବାସୀଙ୍କ ମଧ୍ୟରେ ତତ୍ପରତା ବୃଦ୍ଧି ପାଇବା ସହିତ ଏହାକୁ କାର୍ଯ୍ୟକାରୀ କରିବା ଦିଗରେ ଅଣ୍ଟା ଭିଡ଼ିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ...

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri