ସବ୍‌ରେଜିଷ୍ଟ୍ରି, ସବ୍‌ଟ୍ରେଜେରୀ ଖୋଲିବା ପାଇଁ ଦାବି ଜୋର୍‌ ଧରିଲା

ମୋରଡ଼ା,୨୮ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ସଦରମହକୁମା ଚିତ୍ରଡ଼ାରେ ସବ୍‌ରେଜିଷ୍ଟ୍ରି ଓ ସବ୍‌ ଟ୍ରେଜେରୀ ଅଫିସ ଖୋଲିବା ନିମନ୍ତେ ଦାବି ଜୋର୍‌ ଧରିଛି। ଏନେଇ ମୋରଡ଼ା ବିଧାୟକ ତଥା ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ଦୁଇଟି କାର୍ଯ୍ୟାଳୟ ନ ଥିବାରୁ ୨୦ଟି ପଞ୍ଚାୟତକୁ ନେଇ ଗଠିତ ମୋରଡ଼ା ବ୍ଲକବାସୀ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି ଏବଂ ରାସଗୋବିନ୍ଦପୁରକୁ ଯାଇ ଲୋକେ ଅଧିକ ଖର୍ଚ୍ଚାନ୍ତରେ ପଡୁଛନ୍ତି। ତେଣୁ ଦୀର୍ଘ ବର୍ଷରୁ ଏହି ଦାବ ହୋଇଆସୁଥିଲେ ମଧ୍ୟ ଏଯାଏ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ତେଣୁ ଉକ୍ତ ୨୦ଟି ପଞ୍ଚାୟତର ଜନସାଧାରଣଙ୍କ ବୃହତ ସ୍ବାର୍ଥକୁ ଦୃଷ୍ଟିରେ ରଖି ବ୍ଲକର ଚିତ୍ରଡ଼ାଠାରେ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ ସହିତ ଗମନାଗମନ ସୁବିଧା ଥିବାରୁ ଉକ୍ତ ଦୁଇଟି କାର୍ଯ୍ୟାଳୟ ଖୋଲିବା ପାଇଁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ ବେଳେ ସାମ୍ବାଦିକ ସଂଘର ସଭାପତି ରଣଜିତ କୁମାର ସାହୁ,ଉପସଭାପତି ରବୀନ୍ଦ୍ର ମହାନ୍ତ, ରଜତ କୁମାର ମହାନ୍ତ,ଦୀପକ କୁମାର ବେହେରା, ଜ୍ଞାନରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri