ଜବରଦଖଲ ଉଚ୍ଛେଦ ଦାବି ନେଇ ତେଜିଲା ଆନ୍ଦୋଳନ

ବରଗଡ଼,୨୧ା୬(ପରମାନନ୍ଦ ଖମାରୀ): ବରଗଡ଼ ସହରସ୍ଥିତ ଲେଙ୍ଗୁ ମିଶ୍ର ଛକରୁ ନୂଆଁ ଜିରାବ୍ରିଜ ଦେଇ ଅମ୍ବାପାଲି ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ତେଜି ଉଠିଛି। ଏହି କ୍ରମରେ ବୁଧବାର ବରଗଡ଼ ସମଲେଶ୍ବରୀ ସଂଘ ନେତୃତ୍ୱରେ ଶତାଧିକ ମହିଳା, ପୁରୁଷ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳ ଅଫିସରେ ଆସି ପହଞ୍ଚିଥିଲେ। ଜବରଦଖଲ ଉଚ୍ଛେଦ ଦାବିରେ ନାରାବାଜି କରିବା ସହିତ ସେମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସେଠାରେ ଅତିରିକ୍ତ ଜିଲାପାଳ ମିର୍ଦ୍ଦା ଟପ୍ପୋ ପହଞ୍ଚିବା ପରେ ଜିଲାପାଳ ମୋନିଷା ବାନାର୍ଜୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏକଦା ରାଜପଥ ରହିଥିବା ଲେଙ୍ଗୁ ମିଶ୍ର ଛକଠାରୁ ଜିରାବ୍ରିଜ ପର୍ଯ୍ୟନ୍ତ ରାସ୍ତାକୁ କିଛି ଲୋକ ଜବରଦଖଲ କରିଥିବାରୁ ରାସ୍ତା ସଂକୁଚିତ ହୋଇପଡ଼ିଛି। ଫଳରେ ଟ୍ରାଫିକ୍‌ ସମସ୍ୟା ଉପୁଜିବା ସହିତ ଲୋକେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି।

ଅନ୍ୟପକ୍ଷରେ ନୂତନ ଜିରାବ୍ରିଜ ନିର୍ମାଣ ହୋଇ ସାରିଥିବା ବେଳେ ଲୋକାର୍ପଣ କେବଳ ବାକି ଅଛି। ନୂଆ ବ୍ରିଜ ଲୋକାର୍ପଣ ହେଲେ ଏହି ରାସ୍ତାରେ ଅଧିକ ଯାନବାହନ ଚଳାଚଳ କରିବ ଏବଂ ଟ୍ରାଫିକ ସମସ୍ୟା ବହୁଗୁଣିତ ହୋଇଯିବ। ଫଳରେ ନୂଆ ଜିରାବ୍ରିଜ ଲୋକାର୍ପଣ ପୂର୍ବରୁ ଲେଙ୍ଗୁ ମିଶ୍ର ଛକଠାରୁ ଅମ୍ବାପାଲି ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ହଟାଇବାକୁ ଦାବି ହୋଇଛି। ଏ ଦିଗରେ ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଆଗକୁ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି। ଜବରଦଖଲ ଉଚ୍ଛେଦ କରାଯିବ ଏବଂ ଏଥିରେ ସମସ୍ତେ ସହଯୋଗ କରିବାକୁ ଅତିରିକ୍ତ ଜିଲାପାଳ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri