ଜବରଦଖଲ ଉଚ୍ଛେଦ ଦାବି ନେଇ ତେଜିଲା ଆନ୍ଦୋଳନ

ବରଗଡ଼,୨୧ା୬(ପରମାନନ୍ଦ ଖମାରୀ): ବରଗଡ଼ ସହରସ୍ଥିତ ଲେଙ୍ଗୁ ମିଶ୍ର ଛକରୁ ନୂଆଁ ଜିରାବ୍ରିଜ ଦେଇ ଅମ୍ବାପାଲି ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ତେଜି ଉଠିଛି। ଏହି କ୍ରମରେ ବୁଧବାର ବରଗଡ଼ ସମଲେଶ୍ବରୀ ସଂଘ ନେତୃତ୍ୱରେ ଶତାଧିକ ମହିଳା, ପୁରୁଷ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳ ଅଫିସରେ ଆସି ପହଞ୍ଚିଥିଲେ। ଜବରଦଖଲ ଉଚ୍ଛେଦ ଦାବିରେ ନାରାବାଜି କରିବା ସହିତ ସେମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସେଠାରେ ଅତିରିକ୍ତ ଜିଲାପାଳ ମିର୍ଦ୍ଦା ଟପ୍ପୋ ପହଞ୍ଚିବା ପରେ ଜିଲାପାଳ ମୋନିଷା ବାନାର୍ଜୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏକଦା ରାଜପଥ ରହିଥିବା ଲେଙ୍ଗୁ ମିଶ୍ର ଛକଠାରୁ ଜିରାବ୍ରିଜ ପର୍ଯ୍ୟନ୍ତ ରାସ୍ତାକୁ କିଛି ଲୋକ ଜବରଦଖଲ କରିଥିବାରୁ ରାସ୍ତା ସଂକୁଚିତ ହୋଇପଡ଼ିଛି। ଫଳରେ ଟ୍ରାଫିକ୍‌ ସମସ୍ୟା ଉପୁଜିବା ସହିତ ଲୋକେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି।

ଅନ୍ୟପକ୍ଷରେ ନୂତନ ଜିରାବ୍ରିଜ ନିର୍ମାଣ ହୋଇ ସାରିଥିବା ବେଳେ ଲୋକାର୍ପଣ କେବଳ ବାକି ଅଛି। ନୂଆ ବ୍ରିଜ ଲୋକାର୍ପଣ ହେଲେ ଏହି ରାସ୍ତାରେ ଅଧିକ ଯାନବାହନ ଚଳାଚଳ କରିବ ଏବଂ ଟ୍ରାଫିକ ସମସ୍ୟା ବହୁଗୁଣିତ ହୋଇଯିବ। ଫଳରେ ନୂଆ ଜିରାବ୍ରିଜ ଲୋକାର୍ପଣ ପୂର୍ବରୁ ଲେଙ୍ଗୁ ମିଶ୍ର ଛକଠାରୁ ଅମ୍ବାପାଲି ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ହଟାଇବାକୁ ଦାବି ହୋଇଛି। ଏ ଦିଗରେ ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଆଗକୁ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି। ଜବରଦଖଲ ଉଚ୍ଛେଦ କରାଯିବ ଏବଂ ଏଥିରେ ସମସ୍ତେ ସହଯୋଗ କରିବାକୁ ଅତିରିକ୍ତ ଜିଲାପାଳ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri